Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ବିଜୁବାବୁଙ୍କ ଜନ୍ମଦିନରେ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

Odisha

ବିଜୁବାବୁଙ୍କ ଜନ୍ମଦିନରେ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

Ritu Das
Browse all articles by Ritu Das
·1 year ago·1 min read
ବିଜୁବାବୁଙ୍କ ଜନ୍ମଦିନରେ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଆସନ୍ତକାଲି ଅର୍ଥାତ୍ ମାର୍ଚ୍ଚ ୫ରେ ପାଳନ ହେବ ଓଡ଼ିଶାର ବରପୁତ୍ର ବିଜୁବାବୁଙ୍କ ଜନ୍ମଦିନ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି । ଏହି ମହାନ ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୋହନ ନବୀନଙ୍କୁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ ଚଠି ଲେଖିଛନ୍ତି ମୋହନ । ଚିଠିରେ ମୋହନ ଲେଖିଛନ୍ତି, ଆପଣଙ୍କୁ ମୋର ସାଦର ନମସ୍କାର । ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓଡ଼ିଶାର ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି ।


ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟା ସମୟରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି । ଆପଣଙ୍କର ଗରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିବ । ତେବେ ବର୍ତ୍ତମାନ ସୁଦ୍ଧା ନବୀନଙ୍କ ପ୍ରତିକ୍ରିୟା ଆସିନାହିଁ । ନବୀନ ଆସନ୍ତାକାଲି ବିଜୁବାବୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ କି ନାହିଁ ତାହା ଉପରେ ସମସ୍ତଙ୍କ ନଜର ରହିଛି । ସୂଚନାଯୋଗ୍ୟ, ସରକାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପାଳନ ହେଉଥିବା ପଞ୍ଚାୟତିରାଜ ଦିବସ ପାଳନର ତାରିଖ ପରିବର୍ତ୍ତ ନ କରିଛନ୍ତି । ଏହା ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପାଳନ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
CM invites Naveen to Biju Babu's birthday | Argus News