3 ବାଇକ ଆରୋହୀଙ୍କ ମୃତ୍ୟୁ; ୨ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
·1 year ago

ମାଲକାନଗିରି: ମାଲକାନଗିରିରେ ବସ ଦୁର୍ଘଟଣାରେ 3 ବାଇକ ଆରୋହୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତ ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି ।
ଗତକାଲି(ଶନିବାର) ମାଲକାନଗିରି ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
