|
logo
Live
Argus News App
GET APP

Argus News - ବାରମ୍ବାର 'ଆମ ବସ୍' ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ; ମୃତ ଅଟୋ ଚାଳକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

Odisha

Ama Bus / ବାରମ୍ବାର 'ଆମ ବସ୍' ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ; ମୃତ ଅଟୋ ଚାଳକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

Sushanta Sahoo
Browse all articles by Sushanta Sahoo
·2 months ago·2 min read
ବାରମ୍ବାର 'ଆମ ବସ୍' ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ; ମୃତ ଅଟୋ ଚାଳକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା
Ama Bus Accident Sparks Concern as Odisha CM Orders Safety Overhaul

Key Points

  • ଆମ ବସ୍ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା
  • ବାରମ୍ବାର ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ
  • ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
  • ଡ୍ରାଇଭର ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ନିୟମିତ ଟ୍ରେନିଂ ଲାଗି ନିର୍ଦ୍ଦେଶ
ଭୁବନେଶ୍ଵର: 'ଆମ ବସ୍' ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା । ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଭୁବନେଶ୍ୱର ରୂପାଲି ଛକ ନିକଟରେ 'ଆମ ବସ୍' ଏକ ଅଟୋରିକ୍ସାକୁ ପଛରୁ ଚାପି ଦେଇଥିଲା । ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଥିଲା ।

ଉକ୍ତ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି । ଦୁର୍ଘଟଣାରେ ଆହତ ହୋଇଥିବା ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିସହ ପଢ଼ନ୍ତୁ: କେଁ ପୁରାଇଲା ବାଂଲାଦେଶ; ଭାରତ ବଦଳରେ ବିଶ୍ଵକପ୍‌ର ସବୁ ମ୍ୟାଚ୍ ଶ୍ରୀଲଙ୍କାରେ କରିବାକୁ ଦାବି

ତେବେ 'ଆମ ବସ୍' ପରିବହନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି । ଆମ ବସ ପରିଚାଳନା ସଂସ୍ଥା CRUT ସହିତ ସମନ୍ଵୟ ରକ୍ଷା କରି ଏ ସମସ୍ୟାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ, ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ବିଶେଷକରି ଆମ ବସ ଡ୍ରାଇଭର ମାନଙ୍କ ଦକ୍ଷତା ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଛନ୍ତି । ଏଥିପାଇଁ ନିୟମିତ ଟ୍ରେନିଂ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଟ୍ରେନିଂ ପ୍ରକ୍ରିୟାରେ ଡ୍ରାଇଭର ମାନଙ୍କ ଦକ୍ଷତା ସହ ସେମାନଙ୍କ ଶାରିରୀକ ଓ ମାନସିକ ସ୍ଵାସ୍ଥ୍ୟ ସମ୍ପର୍କରେ ମଧ୍ୟ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ ଟ୍ରେନିଂ ମଡ୍ୟୁଲ୍ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

ଏଥିସହ ପଢ଼ନ୍ତୁ: ଟ୍ରାଫିକ୍‌ରେ ଅମାନିଆ 'ଆମ ବସ୍'; ଦିନରେ ନେଲା ଅଟୋ ଚାଳକଙ୍କ ଜୀବନ, ଏବେ ସ୍କୁଟିକୁ ପିଟିଲା

ଏହା ସହିତ MVI ମାନଙ୍କ ଦ୍ଵାରା 'ଆମ ବସ୍' ଗୁଡ଼ିକର ଫିଟନେସ ସମ୍ପର୍କରେ ନିୟମିତ ଯାଞ୍ଚ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗ ଏକ ସ୍ଵତନ୍ତ୍ର ସ୍କ୍ଵାଡ୍ ଗଠନ କରି ବସ ଫିଟନେସ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ଏହିପରି ଦୁର୍ଭାଗ୍ୟଜନକ ଘଟଣା ଯେପରି ବାରମ୍ବାର ନ ଘଟିବ ସେଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ନିୟମିତ ଭାବେ ସମୀକ୍ଷା କରି ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Ama Bus: ବାରମ୍ବାର 'ଆମ ବସ୍' ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ; ମୃତ ଅଟୋ ଚାଳକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା | Argus News