Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପୂର୍ବ ସରକାରରେ ଗଣତନ୍ତ୍ର ବଦଳରେ ଚାଲିଥିଲା ଅମଲାତନ୍ତ୍ର

Odisha

ପୂର୍ବ ସରକାରରେ ଗଣତନ୍ତ୍ର ବଦଳରେ ଚାଲିଥିଲା ଅମଲାତନ୍ତ୍ର

Smruti Parija
Browse all articles by Smruti Parija
·1 year ago·1 min read
ପୂର୍ବ ସରକାରରେ ଗଣତନ୍ତ୍ର ବଦଳରେ ଚାଲିଥିଲା ଅମଲାତନ୍ତ୍ର

ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତର ଆଜି ଶେଷ ଦିନ । ଆଜି ଦିନ ୧୨ଟା ୪୫ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଲକ୍ଷ୍ମୀ ପଡିଆରେ ବିଜେପିର ମେଗା ସଦସ୍ୟତା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏ କାର୍ଯ୍ୟକ୍ରମରେ ୩ ହଜାରରୁ ଉର୍ଦ୍ଦ ଲୋକ ଅଂଶଗ୍ରହଣ କରିଥିଲେ । ଭାରତୀୟ ଜନତା ପାର୍ଟିର ସଦସ୍ୟ ହୋଇ ଏହାକୁ ଯଶ୍ବସୀ କରିବାକୁ ସମସ୍ତଙ୍କୁ ଆହ୍ବାନ କରିଥିଲେ । ଏ ଜିଲ୍ଲାକୁ ଏକ ନମ୍ବର କରିବା ସେଥିପାଇ ଆପଣ ମାନଙ୍କ ସହଯୋଗ ମଧ୍ୟ ଦରକାର ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

ପୂର୍ବ ସରକାର ଜଣେ ଅଧିକାରୀ ଆସି ଦରଖାସ୍ତ ନେଉଥିଲେ ଆଉ ସମାଧାନ ହୋଇ ଯିବ କହୁଥିଲେ । ହେଲେ ସମାଧାନ ହୋଇଛି କି ବୋଲି ପଚାରିଥିଲେ CM । ସେତେବେଳେ ଜଣେ ସଚିବ ଆସି ମଞ୍ଚ ରେ ଭାଷଣ ଦେଉଥିଲେ, ନେତା ମନ୍ତ୍ରୀ ତଳେ ଠିଆ ହେଉଥିଲେ । ହେଲେ ଆଜି ଏହି ମଞ୍ଚରେ ସରପଞ୍ଚ ଓ ମେମ୍ବର ବସିଛନ୍ତି ତାଙ୍କର ବସିବାର ଅଧିକାର ଅଛି । ପୂର୍ବ ସରକାର ଲୋକଙ୍କ ପାଖକୁ ଗଲେ ନାହି ଅଫିସରଙ୍କୁ ପଠାଇଲେ ଗଣତନ୍ତ୍ର ବଦଳରେ ଅମଲାତନ୍ତ୍ର ଚାଲିଲା ତେଣୁ ଲୋକେ ସରକାର ପରିବର୍ତ୍ତନ କଲେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
cm-mohan-majhi-last-day-visit-to-keonjhar | Argus News