Videos
|
Odisha

ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ:  ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆୟୋଗମାନଙ୍କୁ ପ୍ରସ୍ତାବ ଦେବାକୁ ସବୁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଅନୁସୂଚିତ ବର୍ଗର ଖାଲି ପଦବୀ ପୂରଣ ପାଇଁ ସ୍ପେଶାଲ ଡ୍ରାଇଭ କରାଯିବ । କୋରାପୁଟ ଜିଲ୍ଲା ଜୟପୁରରେ ହେବ ଓଡିଶା ଲୋକସେବା ଆୟୋଗର ପରୀକ୍ଷା କେନ୍ଦ୍ର । ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା କହିଲେମୁଖ୍ୟମନ୍ତ୍ରୀ ।


ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଏକ ବୈଠକ ଆୟୋଜିତ ହୋଇଥିଲା। ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ବିଭାଗର ପଦବୀ ଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଆଗାମୀ 5 ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ସ୍ତରରେ ଦେଢ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଅଧିକ ପଢ଼ନ୍ତୁ ଓଡିଶା ଖବର:

CM Mohan Majhi orders filling government vacancies by March 31, focusing on SC/ST positions | Argus News