Videos
|
Odisha

ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·1 year ago·1 min read
ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭେଟାରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ ପାଇଁ ବାସଭବନ ଆଗରେ ପ୍ରବଳ ଭିଡ । ଜଗନ୍ନାଥବିହାରସ୍ଥିତ ବାସଭବନରେ ତାଙ୍କର ପାର୍ଥିବ ଶରୀର ରଖାଯାଇଥିବାବେଳେ ଅନ୍ତିମ ଦର୍ଶନ ପାଇଁ ସଂପର୍କୀୟ, ପ୍ରଶଂସକ ଓ ବିଶିଷ୍ଟ ବ୍ୟକ୍ତିଙ୍କ ସୁଅ ଛୁଟୁଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ସେଠାରେ ପହଞ୍ଚି ଉତ୍ତମଙ୍କ ଶେଷ ଦର୍ଶନ କରିଛନ୍ତି । ସେ ଅଭିନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କର ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ।


ଅନ୍ତିମ ଦର୍ଶନ ପରେ ଆଜି ଅପରାହ୍ନରେ ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ । କିଛି ଘଣ୍ଟା ପୂର୍ବରୁ ଅଭିନେତାଙ୍କ ମରଶରୀର ଦିଲ୍ଲୀରୁ ଆସି ଭୁବନେଶ୍ବରରେ ପହଞ୍ଚିଥିଲା । ଏହାପରେ ମରଶରୀରକୁ ଜଗନ୍ନାଥ ବିହାର ବାସଭବନକୁ ଅଣାଯାଇଥିଲା । ସେଠାରେ ତାଙ୍କର ଶେଷ ଦର୍ଶନ ପାଇଁ ପ୍ରବଳ ସଂଖ୍ୟାରେ ପ୍ରଶଂସକ, ସମ୍ପର୍କୀୟ ଓ ବିଶିଷ୍ଟ ବ୍ୟକ୍ତିମାନେ ପହଞ୍ଚିଛନ୍ତି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଗତକାଲି ଓଲିଉଡର ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି । ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ଉତ୍ତମ ।


ଭୁବନେଶ୍ବରରେ ଦୀର୍ଘ ଦିନ ଧରି ଚିକିତ୍ସା ପରେ ଗତ ୮ ତାରିଖରେ ତାଙ୍କୁ ମେଦାନ୍ତ ହସପିଟାଲ ନିଆଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ଏୟାରଲିଫ୍ଟ କରାଯାଇଥିଲା ଉତ୍ତମଙ୍କୁ। ସେଠାରେ ଗତ ୨୦ ଦିନ ହେଲା ତାଙ୍କର ଚିକିତ୍ସା ଜାରି ରହିଥିଲା । ତେବେ ଗତକାଲି ରାତି ପ୍ରାୟ ସାଢେ ୧୦ଟାରେ ତାଙ୍କର ହୃଦଘାତ ହୋଇଥିଲା ଏବଂ ପରେ ମୃତ୍ୟୁ ଘଟିଥିବା ତାଙ୍କ ପାରିବାରିକ ବନ୍ଧୁ ରବି ମିଶ୍ର ସୂଚନା ଦେଇଛନ୍ତି ।