Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶାରେ ଶିଳ୍ପବିକାଶ ପାଇଁ ଆଦାନୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Satyendu Sekhar Mishra
Browse all articles by Satyendu Sekhar Mishra
·1 year ago·1 min read
ଓଡ଼ିଶାରେ ଶିଳ୍ପବିକାଶ ପାଇଁ ଆଦାନୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Key Points

ଶିଳ୍ପ ଭିତ୍ତିକ ବିକାଶ ।

ସବୁଜ ଶକ୍ତି ବା ଗ୍ରୀନ ଓ ରିନିୱେବ୍‍ଲ ଏନର୍ଜିର ଉତ୍ପାଦନ ।

କୋଲ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଗୌତମ ଆଦାନୀ । ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଶନିବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା ।

ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଗ୍ରୀନ ଓ ରିନିୱେବ୍‍ଲ ଏନର୍ଜିର ଉତ୍ପାଦନ ଏବଂ କୋଲ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ଉପରେ ଆଲୋଚନା ହୋଇଥିଲା ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ରାଜ୍ୟ ସରକାର ରାଜ୍ୟରେ ଶିଳ୍ପ ବିକାଶର ଗତିକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ।

ନିକଟରେ ଗୋପାଳପୁର ବନ୍ଦରର ବିକାଶ ପାଇଁ ରାଜ୍ୟ ସରକାର ଏକ କନସେସନ୍‍ ଏଗ୍ରିମେଣ୍ଟ କରିଛନ୍ତି । ଏଥିରେ ଆଦାନୀ ଗ୍ରୁପ ପକ୍ଷରୁ ୧୬,୫୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି । ଏହାଦ୍ୱାରା ଗୋପାଳପୁର ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‍ ଟନକୁ ବୃଦ୍ଧି ପାଇବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
CM talks with Adani for industrial development in Odisha | Argus News