Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ ୨୭୬୭ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର

Sushanta Sahoo
Browse all articles by Sushanta Sahoo
·1 year ago·1 min read
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ ୨୭୬୭ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର

Key Points

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୨୭୬୭ ଜଣଙ୍କୁ ନିଯୁକ୍ତିପତ୍ର

ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତି ପତ୍ର । ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆରେ ଆୟୋଜିତ ନିଯୁକ୍ତି ମେଳାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ ୨୭୬୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ । 


ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନରେ ୨ ଜଣ ସମୀକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟ ମନ୍ତ୍ରୀଙ୍କ ସହ ବିଭିନ୍ନ ବିଭାଗର ସଚିବ ମଧ୍ୟ ଉପସ୍ଥିତ ରହିବେ । ରାଜ୍ୟ ସରକାର ଆଗାମୀ ୫ ବର୍ଷରେ ଓଡ଼ିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ ରଖିଛନ୍ତି । ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ଦ୍ଵାରା ଓଡ଼ିଶାରେ ଦ୍ରୁତ ବିକାଶର ଧାରା ସୃଷ୍ଟି ହେବା ସହ ବିକଶିତ ଭାରତ ଗଠନ ଲକ୍ଷ୍ୟରେ ସମୃଦ୍ଧ, ସଶକ୍ତ ଓ ବିକଶିତ ଓଡ଼ିଶା ନିର୍ମାଣ ସହିତ ଯୁବଶକ୍ତିଙ୍କୁ ସୁଯୋଗ ଦେବା ପାଇଁ ନିଯୁକ୍ତି ମେଳାର ଆୟୋଜନ ।

Sponsored