Videos
|
Odisha

୩ଦିନ ପରେ ରାଜ୍ୟକୁ ପ୍ରବେଶ କରିବ ଥଣ୍ଡା ପବନ

Ritu Das
Browse all articles by Ritu Das
·2 years ago
୩ଦିନ ପରେ ରାଜ୍ୟକୁ ପ୍ରବେଶ କରିବ ଥଣ୍ଡା ପବନ

ଅର୍ଗସ ବ୍ୟୁରୋ: ୩ ଦିନ ପରେ ରାଜ୍ୟକୁ ପ୍ରବେଶ କରିବ ଥଣ୍ଡା ପବନ । ଏହାର ପ୍ରଭାବରେ ରାତ୍ରିରେ ତାପମାତ୍ରା କମିବ। ସ୍ବାଭାବିକ ଠାରୁ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ପାରଦ ହ୍ରାସ ପାଇବ । ସେପଟେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଜାରି ରହିଛି ହାଲୁକା ବର୍ଷା। ଆଜି ମଧ୍ୟ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ ଏବଂ ଢେଙ୍କାନାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । 

ଗତ ୨୪ ଘଣ୍ଟାରେ କୋରାପୁଟ ବନ୍ଧୁଗାଁରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବନ୍ଧୁଗାଁ ରେ ୯୮ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସମ୍ବଲପୁରରେ ୮୯.୪ ମିମି ଏବଂ ମୟୂରଭଞ୍ଜ ରେ ୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Cold wind | Argus News