Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ୍ କରୁଥିଲା ବୟଫ୍ରେଣ୍ଡ୍

Ritu Das
Browse all articles by Ritu Das
·1 year ago·1 min read
କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ୍ କରୁଥିଲା ବୟଫ୍ରେଣ୍ଡ୍

ଅର୍ଗସ ବ୍ୟୁରୋ: କଟକ ସହରରେ ଲଜ୍ଜା। କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା ସାଙ୍ଗ ମାନେ ମିଶି ଦିର୍ଘିଦିନ ଧରି ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଅଶ୍ଲୀଳ ଭିଡିଓ କରିବା ସହ ତାଙ୍କୁ ବ୍ଲାକମେଲ କରିବାର ଅଭିଯୋଗ ହୋଇଛି। ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳରେ ଏକ କାଫେ ରେ ଛାତ୍ରୀ ଜଣକ ତାଙ୍କ ବୟଫ୍ରେଣ୍ଡ୍ ଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ଏହାପରେ ସେଠାରେ ଛାତ୍ରୀଙ୍କ ଅଜାଣତରେ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ବୟଫ୍ରେଣ୍ଡ୍। 

ଆଉ ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭରତପୁର ଅଞ୍ଚଳର ଯୁବକ। ଏହି ଭିଡିଓ ରଖି କାଫେ ମାଲିକ ଓ ବୟଫ୍ରେଣ୍ଡ୍ ର ସାଙ୍ଗମାନେ ତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଁଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି ଛାତ୍ରୀଙ୍କ ବୟଫ୍ରେଣ୍ଡଙ୍କ ସହ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
College student | Argus News