|
logo
Live

Argus News - ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼  

Odisha

ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼  

Manini Pattanayak
Browse all articles by Manini Pattanayak
·2 years ago·1 min read
ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼  

 ପୁରୀ:  ଆଜି ପବିତ୍ର ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗାଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିଲେ ଦର୍ଶନାର୍ଥୀ। ବଡ଼ବଡୁଆ ହୋ, ଅନ୍ଧାରେ ଆସି ଆଲୁଏ ଯାଅ, ଗଙ୍ଗା ଯାଅ,ଗୟା ଯାଅ,ଅଭଡ଼ା ଖାଇ ବାଇଶି ପାହାଚେ ଗଡଗଡଉ ଥାଅ । ପ୍ରଶାସନିକ ବ୍ୟବସ୍ଥା ମଧ୍ୟରେ ଏମିତି ଡାକରେ ପ୍ରକମ୍ପିତ ହୋଇଛି ବଡଦାଣ୍ଡ। ଶ୍ରୀମନ୍ଦିର ସମ୍ମୁଖରେ ଏକାଠି ହୋଇ ବଡ଼ବଡୁଆ ଡାକିଲେ ହଜାର ହଜାର ଶ୍ରଦ୍ଧାଳୁ ।

ଆଶ୍ୱିନ କୃଷ୍ଣ ପ୍ରତିପଦା ଠାରୁ ପିତୃପକ୍ଷରେ ମର୍ତ୍ତ୍ୟଲୋକ ଆସିଥିବା ପିତୃପୁରୁଷଙ୍କୁ ଆଜି ଦୀପାବଳିରେ ଆଲୋକର ମାର୍ଗ ଦେଖାଇ ମେଲାଣି ଦେବାର ଦୀପଦାନ ବା ପୟାଶ୍ରାଦ୍ଧର ବିଧି ରହିଛି । କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକନ୍ତି ଶ୍ରଦ୍ଧାଳୁ । ଆଜି ଶ୍ରୀମନ୍ଦିର ନିକଟରେ ତିନୋଟି ସ୍ଥାନରେ କାଉଁରିଆ କାଠି ଜାଲିଛନ୍ତି ଶ୍ରଦ୍ଧାଳୁ।ବିଧି ମୁତାବକ ଫଳ,ଫୁଲ,ଚନ୍ଦନରେ ଆମ ଓ ହେମ ଦ୍ରବ୍ୟରେ ପିତୃପୁରୁଷଙ୍କ ଉଦେଶ୍ୟରେ ଶ୍ରଦ୍ଧାଳୁ ମାନେ ଏକୋଦିଷ୍ଟ  ଶ୍ରାଦ୍ଧ ଦାନ କରିଛନ୍ତି । ଉଦ୍ଦିଷ୍ଟ ସ୍ଥାନରେ ପୋଲିସ ଓ ଫ୍ୟାୟାର ବ୍ରିଗେଡ଼ର କଡା ସୁରକ୍ଷା ଏବଂ ବ୍ୟାରିକେଡ ମଧ୍ୟରେ କାଉଁରିଆ ଜାଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି ଶ୍ରଦ୍ଧାଳୁ । ଜଗା ଦର୍ଶନ ସହ ପୟାଶ୍ରାଦ୍ଧ ପାଇ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର।
ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼   | Argus News