Videos
|
Odisha

ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇ ୨୦୨୪, ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇ ୨୦୨୪, ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ଶେଷ ହୋଇଛି ନବରଙ୍ଗପୁର ଜିଲ୍ଲାର ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇ ୨୦୨୪ । ଶେଷ ଦିନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ନବରଙ୍ଗପୁର ଜିଲ୍ଲାର ବିକାଶ ପାଇଁ 460 କୋଟି ଟଙ୍କାରୁ ଉର୍ଦ୍ଧ ମୂଲ୍ୟର 261ଟି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ମଣ୍ଡେଇ କାର୍ଯ୍ୟକ୍ରମ ପାଇଁ ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ  ପହଞ୍ଚିବା ପରେ ତାଙ୍କୁ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ସାଂସଦ ବଳ ଭଦ୍ର ମାଝୀ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଝରିଗାଁ ବିଧାୟକ ନରସିଂହ ଭତ୍ରା ସ୍ୱାଗତ କରିଥିଲେ । ଏହାପରେ ସିଏମ ରାଲିରେ ଯାଇ ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାର ଘରଣୀଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ । ପରେ ନବରଙ୍ଗପୁର ଜିଲ୍ଲାର ସାଂସ୍କୃତିକ ଲୋକ ମହୋତ୍ସବ ମଣ୍ଡେଇର ଉଦଯାପନି ଉତ୍ସବରେ ସାମିଲ ହୋଇଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: