Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Historic Baliyatra Cuttack / ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍, ନଭେମ୍ବର୧ରୁ ୧୫ ଯାଏଁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା

Santosh Kumar Sahoo
Browse all articles by Santosh Kumar Sahoo
·9 months ago·2 min read
ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍, ନଭେମ୍ବର୧ରୁ ୧୫ ଯାଏଁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା

Key Points

ବାଲିଯାତ୍ରା ଗ୍ରାଉଣ୍ଡ୍‌ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା । ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ । ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା ।

ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ କଟକ ବାଲିଯାତ୍ରା । ତେବେ ଚଳିତ ବର୍ଷ ବାଲିଯାତ୍ରା ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ । ଏଥର ବାଲିଯାତ୍ରା ପଡ଼ିଆରେ ଉଡ଼ିବନି ଡ୍ରୋନ୍ । ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି । ଏନେଇ କଟକ ଜିଲ୍ଲାପାଳ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରାଯାଇଛି । ବାଲିଯାତ୍ରା ଗ୍ରାଉଣ୍ଡ୍‌ର ୫ କିମି ପରିଧି ପାଇଁ ଏହି କଟକଣା ଜାରି କରାଯାଇଛି । ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍‌ ଗ୍ଲାଇଡର୍ସ ଉଡ଼ାଣ ମନା କରାଯାଇଛି । ସେହିପରି ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ, UAV, ଡ୍ରୋନ୍‌ ମନା କରାଯାଇଛି । ଏଥର ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି । ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ ।


ଏଥିସହ ପଢ଼ନ୍ତୁ: ପୀତବାସଙ୍କୁ ଗୁଳି ପରେ ୫୦ରୁ ଅଧିକ CCTV ଘାଣ୍ଟିଲାଣି ପୋଲିସ, ଆସିଲା X-ray ରିପୋର୍ଟ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେପଟେ ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଛି ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ । ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ କରିପାରିବେ । ୧୦୦ ଟଙ୍କା ଦେଇ ଫର୍ମ ନେଇ କରିପାରିବେ ଏହି ଆବେଦନ । cuttack.odisha.gov.in ୱେବସାଇଟରେ ଅଧିକ ବିବରଣୀ ପାଇପାରିବେ । ଖାଦ୍ୟ ପାଇଁ ଅଲଗା ଓ ଅନ୍ୟାନ୍ୟ ପାଇଁ ଅଲଗା ଅଲଗା ଆବେଦନ କରି ପାରିବେ ବ୍ୟକ୍ତି ଓ ଅନୁଷ୍ଠାନ । ଚଳିତ ବର୍ଷ ପ୍ଲଟ ପଞ୍ଜିକରଣ ୫ ହଜାର ଟଙ୍କା ରଖାଯାଇଛି ।

ସେପଟେ ଚଳିତ ବର୍ଷ ବାଲିଯାତ୍ରାର ନାଁ ପରିବର୍ତ୍ତନ କରାଯାଇଛି । ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ଏଥର ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ଏଥିରେ ରହିବ ।

ତେବେ ଚଳିତ ବର୍ଷ ଉପର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଆୟୋଜନ ନ କରିବା ନେଇ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଯାହାକୁ ନେଇ ବିଭିନ୍ନ ମାହୋଲରେ ଜିଲ୍ଲା ପ୍ରଶାସନର ନିଷ୍ପତ୍ତିକୁ ତୀବ୍ର ବିରୋଧ କରାଯାଇଥିଲା । ଉପର ପଡ଼ିଆରେ ବାଲିଯାତ୍ରା ପାଇଁ ଦାବି ଜୋର ଧରିଥିଲା । ଏହାପରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାପରେ ଉପର ବାଲିଯାତ୍ରା ପଡ଼ିଆରେ ଆୟୋଜନ ହେବ ନେଇ ନିଷ୍ପତ୍ତି ନିଆଯାଇଥିଲା । ହେଲେ ତାହା ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ନିର୍ଭର କରିବ । ଉପର ବାଲିଯାତ୍ରା ପଡ଼ିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନ ଏକ ପ୍ଲାନ୍ ପ୍ରସ୍ତୁତ କରି ହାଇକୋର୍ଟଙ୍କ ନିକଟରେ ଉପସ୍ଥାପନ କରିବ । ହାଇକୋର୍ଟ ଏନେଇ ଅନୁମତି ଦେଲେ ନୂତନ ପ୍ଲାନ୍ ସହିତ ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନ କରାଯିବ ବୋଲି କହିଥିଲେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ।

Related Topics

Explore more stories

Sponsored
Bali Jatra 2025: No Drone Zone Declared from Nov 1 to 15 | Argus News