Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Barabati Stadium Security / ବାରବାଟୀ ଟି-୨୦ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୭୦ ପ୍ଲାଟୁନ୍‌ ଫୋର୍ସ

Santosh Kumar Sahoo
Browse all articles by Santosh Kumar Sahoo
·7 months ago·2 min read
ବାରବାଟୀ ଟି-୨୦ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୭୦ ପ୍ଲାଟୁନ୍‌ ଫୋର୍ସ
Barabati Security

Key Points

ଡିସେମ୍ବର ୯ରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌
ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ମୁତୟନ ହେବେ ୭୦ ପ୍ଲାଟୁନ୍‌ ଫୋର୍ସ
ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ଟି-୨୦ ମ୍ୟାଚ୍‌ ଖେଳାଯିବ । ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି । ଖେଳାଳି, ଭିଆଇପି ଓ ଦର୍ଶକଙ୍କ ସୁରକ୍ଷା ତଥା ଟ୍ରାଫିକ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି ।

ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାରେ ୯ ଜଣ ଅତିରିକ୍ତ ଏସପି, ୪୦ ଡିଏସପି, ୬୫ ଇନ୍ସପେକ୍ଟର, ୩୨୫ ଏସଆଇ, ୩୮ ହାବିଲଦାର/କନଷ୍ଟେବଳ, ୨୦୮ ଏପିଆର କନଷ୍ଟେବଳ, ୭୩ ମହିଳା କନଷ୍ଟେବଳ, ୧ ୟୁନିଟ ଓଡ୍ରାଫ, ୨ ୟୁନିଟ ଏସଟିୟୁ ଏବଂ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ବାରବାଟୀ ଷ୍ଟାଡିୟମ ଓ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନାରେ ଏହି ସୁରକ୍ଷାକର୍ମୀ ମୁତୟନ ହେବେ ।

ଆସନ୍ତା ୭ ତାରିଖ ଦିନ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍‌ ଭୁବନେଶ୍ଵରରେ ପହଞ୍ଚିବେ । ୮ ତାରିଖରେ କଟକ ବାରବାଟୀ ଷ୍ଟାଡିୟମଠାରେ ଉଭୟ ଟିମ୍‌ ଅଭ୍ୟାସ କରିବେ ଏବଂ ୯ ତାରିଖରେ ମ୍ୟାଚ୍‌ ଅନୁଷ୍ଠିତ ହେବ । ବିମାନବନ୍ଦର, ମ୍ୟାଚ ପାଇଁ ହୋଟେଲଠାରୁ ଆରମ୍ଭ କରି ବାରବାଟୀ ଷ୍ଟାଡିୟମ ଏବଂ ଖେଳାଳିଙ୍କ ଯାତାୟାତ ରାସ୍ତାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଷ୍ଟାଡିୟମ୍ ଭିତରେ, ବାହାରେ ଶୃଙ୍ଖଳିତ ଆୟୋଜନ ଓ ଭୁବନେଶ୍ଵରରୁ କଟକ ପର୍ଯ୍ୟନ୍ତ ଖେଳାଳିଙ୍କୁ ନେବା ଆଣିବା ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେପରି କୌଣସି ତ୍ରୁଟି ବିଚ୍ୟୁତି ନ ହେବ ସେଥିପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପୋଲିସ୍‌ ଡିଜି ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁସାରେ, ଆସନ୍ତା ୫ ତାରିଖ ଦିନ ୧୦ଟାରୁ ଟିକେଟ ବିକ୍ରି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଭାରତୀୟ ଖେଳାଳିଙ୍କୁ ନିକଟରୁ ଦେଖିବା ନିମନ୍ତେ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଥିବାରୁ ଟିକେଟ ବିକ୍ରୟ କେନ୍ଦ୍ର ନିକଟରେ ଅସମ୍ଭବ ଭିଡ ପରିଲକ୍ଷିତ ହେବାର ସମ୍ଭାବନା ରହିଛି । ଏହି ସ୍ଥାନରେ ଭିଡ଼ ନିୟନ୍ତ୍ରଣ ତଥା ସଠିକ ଓ ଶୃଙ୍ଖଳିତ ଭାବେ ଟିକେଟ ବିକ୍ରୟର ସୁପରିଚାଳନା ନିମନ୍ତେ ବ୍ୟାପକ ପୋଲିସ ମୁତୟନ କରାଯିବାର ବ୍ୟବସ୍ଥା କରାଯାଇଛି ।

ଏହି ପରିପ୍ରେକ୍ଷୀରେ ଆଜି ବାରବାଟୀ ଷ୍ଟାଡିୟମ ପରିସରରେ କଟକ ଡିସିପିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କ୍ରିକେଟ ମ୍ୟାଚକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବା ନିମନ୍ତେ ସମସ୍ତ ପୋଲିସ ଅଧିକାରୀଙ୍କୁ ଡିସିପି ନିର୍ଦ୍ଦେଶ ଦେଇଥିଲେ ।

ପୋଲିସକୁ ସବୁ କ୍ଷେତ୍ରରେ ସହଯୋଗ କରିବା ସହ ଷ୍ଟାଡିୟମ ପରିସରରେ ଶୃଙ୍ଖଳିତ ହୋଇ କ୍ରିକେଟ ମ୍ୟାଚ୍‌ ଉପଭୋଗ କରିବାକୁ ଓଡ଼ିଶା ପୋଲିସ ପକ୍ଷରୁ ନିବେଦନ କରାଯାଇଛି । ହଜାର ହଜାର କ୍ରୀଡା ପ୍ରେମୀ ଏକାଠି ହେବାକୁ ଥିବା ବେଳେ କୌଣସି ପ୍ରକାର ଅଘଟଣ ଏଡାଇବାକୁ ପୋଲିସ ସଜାଗ ରହିଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Barabati T20: 70 Platoons to Be Deployed as Police Tighten Security for India–SA Match | Argus News