Videos
|
Odisha

Historic Baliyatra Cuttack / "ତଳ, ଉପର ଦୁଇଟି ଯାକ ପଡିଆରେ ହେବ ବାଲିଯାତ୍ରା"

Smruti Parija
Browse all articles by Smruti Parija
·11 months ago·2 min read
"ତଳ, ଉପର ଦୁଇଟି ଯାକ ପଡିଆରେ ହେବ ବାଲିଯାତ୍ରା"

Key Points

ଉଭୟ ପଡ଼ିଆରେ ଆୟୋଜିତ ହେବ କଟକର ଐତିହାସିକ ବାଲିଯାତ୍ରା

ନଭେମ୍ବର 5 ରୁ 12 ପର୍ଯ୍ୟନ୍ତ ବାଲିଯାତ୍ରା ଆୟୋଜିତ ହେବ

ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଛି ପ୍ଲଟ ପଞ୍ଜିକରଣ

ଉଭୟ ପଡ଼ିଆରେ ଆୟୋଜିତ ହେବ କଟକର ଐତିହାସିକ ବାଲିଯାତ୍ରା । ଏ ନେଇ ସ୍ପଷ୍ଟ କରିଛନ୍ତି ହାଇକୋର୍ଟ । କଟକ ଜିଲ୍ଲାପାଳଙ୍କ ସତ୍ୟପାଠ ଦାଖଲ ପରେ ଉଭୟ ପଡ଼ିଆରେ ବାଲିଯାତ୍ରା ଆୟୋଜନ ନେଇ ସ୍ପଷ୍ଟ କରିଛନ୍ତି ହାଇକୋର୍ଟ । ବାଲିଯାତ୍ରା ଆୟୋଜନ ସମୟରେ ଶବ୍ଦ ପ୍ରଦୂଷଣ ଉପରେ ନିୟନ୍ତ୍ରଣ ସହ ଉଠା ଦୋକାନୀଙ୍କୁ ବ୍ୟବସ୍ଥିତ ଢଙ୍ଗରେ ଥଇଥାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।


ଉଠା ଦୋକାନୀଙ୍କୁ ସମସ୍ତ ପ୍ରକାରର ମୌଳିକ ସୁବିଧା ଯୋଗାଇବା ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ । ତେବେ ଚଳିତ ବର୍ଷ ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନ କରିବାକୁ ନେଇ ଦ୍ଵନ୍ଦ ସୃଷ୍ଟି ହୋଇଥିଲା । ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନ କରିବାକୁ ନେଇ କଟକର ବିଭିନ୍ନ ସାମାଜିକ ସଂଗଠନ ସହ ପ୍ରମୁଖ ରାଜନୈତିକ ଦଳର ନେତା ଦାବି କରି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅନୁରୋଧ କରିଥିଲେ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅନ୍ୟପଟେ କଟକ ସହରର ବିପର୍ଯ୍ୟସ୍ତ ରାସ୍ତାଘାଟ ନେଇ ସିଟି ଇଞ୍ଜିନିୟର ଉପରେ ପୁଣି ବର୍ଷିଲେ ହାଇକୋର୍ଟ । ୨୦୨୫ ଶେଷ ସୁଦ୍ଧା ସହରର ବିପର୍ଯ୍ୟସ୍ତ ରାସ୍ତାଘାଟର ସ୍ଥିତି ସୁଧାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସହରବାସୀଙ୍କୁ ଭଲ ରାସ୍ତା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କଟକ ସହର ସମସ୍ୟା ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି ସମୟରେ ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।


ନଭେମ୍ବର 5 ରୁ 12 ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରାଯାଇଛି । ବାଲିଯାତ୍ରା ଗ୍ରାଉଣ୍ଡ୍‌ର ୫ କିମି ପରିଧି ପାଇଁ ଏହି କଟକଣା ଜାରି କରାଯାଇଛି । ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାୱାର ହ୍ୟାଙ୍ଗ୍‌ ଗ୍ଲାଇଡର୍ସ ଉଡ଼ାଣ ମନା କରାଯାଇଛି । ସେହିପରି ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ, UAV, ଡ୍ରୋନ୍‌ ମନା କରାଯାଇଛି । ଏଥର ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି ।


ସେପଟେ ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ସେପ୍ଟେମ୍ବର ୨୬ରୁ ଆରମ୍ଭ ହୋଇଛି ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ । ଜଣେ ବ୍ୟକ୍ତି ଓ ଅନୁଷ୍ଠାନ ୩ ଟି ଲେଖାଁଏ ପ୍ଲଟ ପଞ୍ଜିକରଣ ପାଇଁ ଆବେଦନ କରିପାରିବେ । ୧୦୦ ଟଙ୍କା ଦେଇ ଫର୍ମ ନେଇ କରିପାରିବେ ଏହି ଆବେଦନ । cuttack.odisha.gov.in ୱେବସାଇଟରେ ଅଧିକ ବିବରଣୀ ପାଇପାରିବେ । ଖାଦ୍ୟ ପାଇଁ ଅଲଗା ଓ ଅନ୍ୟାନ୍ୟ ପାଇଁ ଅଲଗା ଅଲଗା ଆବେଦନ କରି ପାରିବେ ବ୍ୟକ୍ତି ଓ ଅନୁଷ୍ଠାନ । ଚଳିତ ବର୍ଷ ପ୍ଲଟ ପଞ୍ଜିକରଣ ୫ ହଜାର ଟଙ୍କା ରଖାଯାଇଛି ।


Related Topics

Explore more stories