Cyclone Akvan / ଆସୁଛି ବାତ୍ୟା 'ଅକଭାନ'; ୭ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
·24 mins ago·2 min read

Key Points
ବାତ୍ୟା 'ଅକଭାନ' ପ୍ରଭାବରେ ପ୍ରବଳ ବର୍ଷା ହେବ । ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ପ୍ରଭାବିତ ୭ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ୧୯ ତାରିଖ ଠାରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୬ ଜିଲ୍ଲାରେ ସମସ୍ତ ସ୍କୁଲ୍ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ ।
ଭୁବନେଶ୍ଵର: ବଙ୍ଗୋପସାଗରରେ ଧିରେ ଧିରେ ଆଗକୁ ବଢ଼ୁଛି ବାତ୍ୟା 'ଅକଭାନ' । ଯେଉଁଥିପାଇଁ ପ୍ରଶାସନ ପ୍ରସ୍ତୁତ ରହିବା ସହ ମୁକାବିଲା ପାଇଁ ପଦକ୍ଷେପ ନିଆଯାଇଛି । ସ୍ଥାନାନ୍ତରଣ ମଧ୍ୟ ଆରମ୍ଭ ହୋଇ ସାରିଛି । ବାତ୍ୟା 'ଅକଭାନ' ପ୍ରଭାବରେ ପ୍ରବଳ ବର୍ଷା ହେବ । ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ପ୍ରଭାବିତ ୭ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି ।
୧୯ ତାରିଖ ଠାରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୬ ଜିଲ୍ଲାରେ ସମସ୍ତ ସ୍କୁଲ୍ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା କରାଯାଇଛି । ଗଞ୍ଜାମ, ଗଜପତି,ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ସମସ୍ତ ସରକାରୀ, ବେସରକାରୀ, ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବା ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନର (SRC) ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଏଥିସହ ପଢ଼ନ୍ତୁ: ଓଡ଼ିଶାକୁ ରେଡ୍ ଆଲର୍ଟ, ସ୍ଥଳଭାଗ ଛୁଇଁବା ବେଳକୁ ଦୁର୍ବଳ ହୋଇଯିବ ବାତ୍ୟା
ସେହିଭଳି ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ସ୍କୁଲ୍ ବନ୍ଦ ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନକୁ ନଜରରେ ରଖି ନଭେମ୍ବର ୧୯ ଓ ୨୦ ତାରିଖରେ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ସହାୟତାପ୍ରାପ୍ତ, OAV ଓ ଘରୋଇ ସ୍କୁଲ୍ ବନ୍ଦ ରହିବ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏହି ସମୟରେ ସ୍କୁଲ୍ ବନ୍ଦ ଥିଲେ ବି ଶିକ୍ଷକ ଓ କର୍ମଚାରୀ ସ୍କୁଲ୍ ଆସିବେ । ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ଲାଗୁ ହେବ । ସମସ୍ତ ଶିକ୍ଷକ ଓ କର୍ମଚାରୀ ସ୍ୱାଭାବିକ ଭାବେ ସ୍କୁଲ୍ରେ ଉପସ୍ଥିତ ରହିବେ । ଏହି ସମୟରେ କୌଣସି ଛୁଟି ଅନୁମତି ଦିଆଯିବ ନାହିଁ ।
ବିପର୍ଯ୍ୟୟ ସମୟରେ ସ୍କୁଲ୍ କୋଠାକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର ପାଇଁ ପ୍ରସ୍ତୁତ ରଖିବାକୁ ମଧ୍ୟ କୁହାଯାଇଛି । କେବଳ ବନ୍ଦ ନୁହେଁ ଆବଶ୍ୟକ ପଡ଼ିଲେ ୨୪ ଘଣ୍ଟା ଖୋଲା ରହିବ ସ୍କୁଲ୍ । ଏଥିପାଇଁ ରୋଷ୍ଟର ଡ୍ୟୁଟି ପ୍ରସ୍ତୁତ କରିବେ ସ୍କୁଲ୍ କର୍ତ୍ତୃପକ୍ଷ । ଆବଶ୍ୟକ ସୁବିଧା ଓ ଆଶ୍ରୟ ବ୍ୟବସ୍ଥା ପ୍ରସ୍ତୁତ ରଖିବା ସହ ଜିଲ୍ଲା ପ୍ରଶାସନକୁ ସବୁ ସମୟରେ ସହଯୋଗ କରିବାକୁ ନିର୍ଦ୍ଦେଶ ରହିଛି ।
ଓଡ଼ିଶାରେ ପ୍ରବଳ ବର୍ଷିବ
ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପ୍ରବଳ ବର୍ଷା ନେଇ ବୁଧବାର ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।
ଏଥିସହ ପଢ଼ନ୍ତୁ: ବାତ୍ୟା 'ଅକଭାନ'କୁ ନେଇ ଆଗୁଆ ପ୍ରସ୍ତୁତି, ଜିଲ୍ଲାପାଳଙ୍କୁ ଜାରି ହେଲା ଜରୁରୀ ନିର୍ଦ୍ଦେଶ
ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳକୁ ରେଡ୍ ୱାର୍ଣ୍ଣିଂ ରହିଛି । ସେହିଭଳି ବାଲେଶ୍ଵର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।
୨୦ ତାରିଖରେ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ ଓ ବାଲେଶ୍ଵର ଜିଲ୍ଲାକୁ ରେଡ୍ ଆଲର୍ଟ ରହିଛି । କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।