Videos
|
Odisha

Schools and Colleges Closed / ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ…୫ ଜିଲ୍ଲାରେ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା

Ritu Das
Browse all articles by Ritu Das
·1 hour ago·2 min read
ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ…୫ ଜିଲ୍ଲାରେ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା
India

Key Points

ବାତ୍ୟା ‘ଅର୍ଣ୍ଣବ’ ପାଇଁ ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଦକ୍ଷିଣଓଡ଼ିଶାର ୫ ଜିଲ୍ଲାରେ ୨୯ ତାରିଖ ଯାଏ ସ୍କୁଲ ଛୁଟି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଏହାର ମୁକାବିଲା ନିମନ୍ତେ ଦୁଇ ଦିନ ପାଇଁ ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପୁରୀ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦ ହୋଇଛି। ଛାତ୍ରଛାତ୍ରୀଙ୍କୁ ଘରେ ସୁରକ୍ଷିତ ରହିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି।



ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ମୁକାବିଲା ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗଦେଇ ବାତ୍ୟାର ସମ୍ଭାବ୍ୟ ପ୍ରଭାବର ମୁକାବିଲା ନିମନ୍ତେ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ନୟାଗଡ଼ ଜିଲ୍ଲାର ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡି କେନ୍ଦ୍ରକୁ ୨ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।

ସେପଟେ ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଛୁଟି ଘୋଷଣା । ଆଜି ଅପରାହ୍ନ ୧ ଘଟିକା ଠାରୁ ଓ ଆସନ୍ତାକାଲି ପର୍ଯ୍ୟନ୍ତ ବନ୍ଦ ରହିବା ସ୍କୁଲ । ଏନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଜାରି ହୋଇଛି । ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି।
ଅନ୍ୟପକ୍ଷେ ଜଗିତସିଂହପୁର ଜିଲ୍ଲାରେ ଦୁଇଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ଜେ.ସୋନଲ। ସବୁ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ପୂର୍ବରୁ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ସ୍କୁଲ, କଲେଜ ୨୯ ତାରିଖ ଯାଏ ଛୁଟି ଘୋଷଣା କରାଯାଇଥିଲା।
ସେପଟେ ସମୁଦ୍ର ଭିତରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ଅର୍ଣ୍ଣବ’ । ଘଣ୍ଟାପ୍ରତି ୨୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି ଏହି ବାତ୍ୟା । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣରେ ପ୍ରାୟ ୩୮୦ କିଲୋମିଟର ଦୂରରେ ଥିବା ବେଳେ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ।