Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି 'ଦାନା'

Odisha

ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି 'ଦାନା'

Banajyotshna Ray
Browse all articles by Banajyotshna Ray
·1 year ago·2 min read
ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି 'ଦାନା'

ଅର୍ଗସ ବ୍ୟୁରୋ:  ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।

ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା ରେ ଭୀଷଣ ବର୍ଷା । କାଲିଠୁ ଆଭ୍ୟନ୍ତରୀଣ ଓଡିଶା ର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ଅତିକ୍ରମ କରିବ ବାତ୍ୟାର ଅଂଶ । ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ରେ ବି ବର୍ଷା ହେବ । ବାତ୍ୟା ଦାନା ଗତିପଥରେ ହେଉଛି ସାମାନ୍ୟ ପରିବର୍ତ୍ତନ । ଲ୍ୟଣ୍ଡଫଲ ପଏଣ୍ଟ ପରିବର୍ତ୍ତନ ହୋଇନଥିବା ବେଲେ ଆଭ୍ୟନ୍ତରୀଣ  ଓ ଦକ୍ଷିଣ ଓଡ଼ିଶା ମୁହାଁ ହେଉଛି ଦାନା।ବର୍ତମାନ ପାରାଦୀପଠାରୁ ୨୬୦ ଓ ଧାମରାଠାରୁ ୨୯୦ କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୨ କିମି ବେଗରେ ଆଗକୁ ମାଡି ଆସୁଛି । ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା’ । ଆଜି ମଧ୍ୟରାତ୍ରୀରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Cyclone Dana Inches Closer to Coast, Moving At 12 kmph | Argus News