Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ହୋଇପାରେ ଲ୍ୟାଣ୍ଡଫଲ୍

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ହୋଇପାରେ ଲ୍ୟାଣ୍ଡଫଲ୍

ଅର୍ଗସ ବ୍ୟୁରୋ : ବୁଧବାର ବାତ୍ୟା। ଆସିଲା ବାତ୍ୟା ଦାନାର ଗତିପଥ। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୦୦ରୁ ୧୧୦  କିଲୋମିଟର ଯାଏଁ ରହିବ ପବନର ବେଗ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ଓ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢନ୍ତୁ : ଆସୁଛି ଦାନା: ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା, 24 ଓ 25 ତାରିଖ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ରହିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone dana landfall may occur on 24th night and 25th morning | Argus News