Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଭୋର୍‌ ଯାଏଁ ଚାଲୁ ରହିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

Odisha

ଭୋର୍‌ ଯାଏଁ ଚାଲୁ ରହିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

Smruti Parija
Browse all articles by Smruti Parija
·1 year ago·2 min read
ଭୋର୍‌ ଯାଏଁ ଚାଲୁ ରହିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

Key Points

  • ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ 
  • ଆରମ୍ଭ ହେଲା ବର୍ଷା ସାଙ୍ଗକୁ ଜୋରଦାର୍ ପବନ
  • ଭିତରକନିକା- ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ଦାନା

ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ଭିତରକନିକା- ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା ଦାନା । ରାତି 12 ଟା 5 ରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସକାଳ ଯାଏଁ ଚାଲୁ ରହିବ । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବା ପରେ ପବନର ବେଗ ଧିରେ ଧିରେ ବଢୁଛି । ଏବେ ପବନର ବେଗ ଘଣ୍ଟା ପ୍ରତି ୧୦୦ ରୁ 120 କିମି ରହିଛି । ବାଲେଶ୍ୱରୟ-ଭଦ୍ରକ-କେନ୍ଦ୍ରାପଡ଼ା-ଜଗତସିଂହପୁର ଜିଲ୍ଲାରେ ବାତ୍ୟାର ପ୍ରଭାବ ଅଧିକ ରହିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । 

ଭିତରକନିକାରେ ବଢ଼ିଛି ବର୍ଷାର ପରିମାଣ । ବଢ଼ୁଛି ପବନର ବେଗ । ଘର ଭିତରେ ପଶିଲାଣି ପାଣି । ଭାଙ୍ଗିଲାଣି ବଡ ବଡ ଗଛ । ଧାମରାରେ ପବନର ବେଗ ବଢ଼ିବାରେ ଲାଗିଛି । ସୁ ସୁ କରି ଗର୍ଜନ କରୁଛି ପବନ । ଆଉ ବେଳେବେଳେ ଝଟକା ମଧ୍ୟ ଅନୁଭୁତ ହେଉଛି । ବର୍ଷା ମଧ୍ୟ ବଢ଼ିବାରେ ଲାଗିଛି । ଏବେଠୁ ସକାଳ ପର୍ଯ୍ୟନ୍ତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଚାଲିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେପଟେ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରେସ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଏଯାବତ ୫ ଲକ୍ଷ ୮୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି। ଆହୁରି ପ୍ରାୟ ୬ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ। ୮୩୮୨ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯାଇଛି। ବାଲେଶ୍ବର ଜିଲାରେ ସର୍ବାଧିକ ୧.୭୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ସେହିପରି ମୟୂରଭଞ୍ଜରେ ଲକ୍ଷେ, ଭଦ୍ରକରେ ୭୫ ହଜାର ସ୍ଥାନାନ୍ତର କରାଯାଇଛି। ଯାଜପୁରରେ ୬୦ ହଜାର, କେନ୍ଦ୍ରାପଡ଼ାରେ ୪୬ ହଜାର ସ୍ଥାନାନ୍ତର ହୋଇଛନ୍ତି। ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲ।ସେଥିମଧ୍ୟରୁ ପ୍ରାୟ ୧୬ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ବାତ୍ୟା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସହ ଆଲୋଚନା କରିଛି। ଆମର ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି।

 

Painting
Sponsored
cyclone-dana-updates | Argus News