ଆଜିଠାରୁ ବର୍ଷା , ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଅର୍ଗସ ବ୍ୟୁରୋ : ଲଘୁଚାପର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଲଘୁଚାପଟି ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ପୁଣି ବର୍ଷାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି।
ଅଧିକ ପଢନ୍ତୁ: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ; ଏହି ଜିଲ୍ଲାକୁ ଆଲର୍ଟ ଜାରି
୧୬ ତାରଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ୧୭ ଓ ୧୮ ତାରଖରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଏହି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବ। ତେଣୁ ଏହାକୁ ଦୃଷ୍ଟିରେ ରଖି 14 ତାରିଖ ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପରାମର୍ଶ ଦିଆଯାଇଛି।
📱 Get Argus News App
✨ପାଣିପାଗ ଖବର ଆହୁରି ପଢନ୍ତୁ