Videos
|
Odisha

ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ, ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

Smruti Parija
Browse all articles by Smruti Parija
·1 year ago·1 min read
ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ, ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

Key Points

ବଙ୍ଗୋପସାଗରରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ

୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ଆଜି ୪ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।


ସେହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ଅନୁଗୁଳ ଓ ଢେଙ୍କାନାଳ । ଆସନ୍ତାକାଲି ପାଇଁ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳକୁ ବର୍ଷା ଆଲର୍ଟ ଦେଇଛି ପାଣିପାଗ କେନ୍ଦ୍ର ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
cyclone-has-formed-low-pressure-area-likely-to-form-in-12-hours | Argus News