Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ୨୧ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

Odisha

୨୧ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

Rashmita Mishra
Browse all articles by Rashmita Mishra
·1 year ago
୨୧ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଅର୍ଗସ ବ୍ୟୁରୋ: ଆସୁଛି ଆଉ ଏକ ଲଘୁଚାପ।  ୨୧ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଅଧିକ ଘନୀଭୂତ ହୋଇ ୨୩ରେ ଲଘୁଚାପର ନେବ ରୂପ। ତେବେ ଏବେ ତଳମୁହାଁ ରାତି ତାପମାତ୍ରା। ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଶୀତ ଲହରି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେଉଛି। ଆଗାମୀ ୫ ଦିନ ଯାଏଁ  ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ନାହିଁ।ପାଗ ମୁଖ୍ୟତ ଶୁଖିଲା ରହିବ। ଗୋଟେ ଦୁଇଟି ସ୍ଥାନରେ ତାପମାତ୍ରା ବଢ଼ି ପାରେ । କୁହୁଡି କିଛି କିଛି ସ୍ଥାନରେ ଦେଖା ଯିବାର ଅଛି ଯେମିତି କି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରେ କୁହୁଡି ଦେଖାଯିବ। ଡିସେମ୍ବର ଓ ଜାନୁୟାରୀ ମାସରେ ଶୀତ ବଢିବାର ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Cyclone likely to form in Bay of Bengal by 21st | Argus News