Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ

Banajyotshna Ray
Browse all articles by Banajyotshna Ray
·2 years ago
ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ

ଅର୍ଗସ ବ୍ୟୁରୋ:  ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ! ବାତ୍ୟାର ଆଶଙ୍କା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ  ବିଭାଗ । ଦକ୍ଷିଣ ଆଣ୍ଡାମାନ ଓ ତାର ପାର୍ଶ୍ବବର୍ତୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପଟି  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଲଘୁଚାପଟି  ପରବର୍ତ୍ତୀ 24 ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ୨୯ ତାରିଖରେ ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କ’ଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ  । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା 12 ଘଣ୍ଟାରେ ମେଘୁଆ ପାଗ ସହ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone update in odisha | Argus News