Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଳ ଗୋଟାଉଛି ‘ଦାନା’, ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷିବ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ବଳ ଗୋଟାଉଛି ‘ଦାନା’, ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷିବ

ଅର୍ଗସ ବ୍ୟୁରୋ:  ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ ।ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ବାତ୍ୟା 'ଦାନା' ପ୍ରଭାବରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ସକାଳୁ ବର୍ଷା ଲାଗି ରହିଥିବାବେେଳେ ଏହା ଆହୁରି ବଢ଼ି ବଢ଼ି ଚାଲିବ। 

ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
'Dana' is gaining strength, resulting in heavy rains in the bhubaneswar | Argus News