Videos
|
Odisha

ଆଗକୁ ଭୟଙ୍କର ସ୍ଥିତି, ସନ୍ତୁଳି ହେବେ ଓଡ଼ିଶାବାସୀ

Smruti Parija
Browse all articles by Smruti Parija
·1 year ago·2 min read
ଆଗକୁ ଭୟଙ୍କର ସ୍ଥିତି, ସନ୍ତୁଳି ହେବେ ଓଡ଼ିଶାବାସୀ

Key Points

ମାଘ ମାସରେ ଜାଡ଼ ବଦଳରେ ଉପରମୁହାଁ ପାରଦ

ଉପକୂଳରୁ ଆଭ୍ୟନ୍ତର, ସବୁଠି ଗରମ ଓ ଗୁଳୁଗୁଳି

୩୦ ଡ଼ିଗ୍ରୀ ଉପରେ ରହୁଛି ଦିନ ତାପମାତ୍ରା

ଭାରତୀୟ ପାଣିପାଗ ବିଭାଗର ଆକଳନ ଚଳିତ ଫେବୃଆରୀ ମାସରେ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ରହିବ ଦିନ ତାପମାତ୍ରା

ଭୁବନେଶ୍ୱର: ଫେବୃଆରୀ ଆରମ୍ଭରୁ କଲବଲ କଲାଣି ତାତି । ଉପକୂଳ ଓଡ଼ିଶାରେ ଏବେଠୁ ଗରମ ଅନୁଭୂତ ହେଲାଣି । ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି ।


ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ବଢିବ । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ବଲାଙ୍ଗିର, ସୋନପୁର, ନୂଆପଡା ଭଳି ଜିଲ୍ଲାରେ ମେଘମୁକ୍ତ ଆକାଶ ରହିବା ସହ ୩୦ ରୁ ୩୪ ଡିଗ୍ରୀ ମଧ୍ୟରେ ତାପମାତ୍ରା ରେକର୍ଡ ହେବ । ସେହିଭଳି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ । ତାତି ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡି କରିବ ଅସ୍ତବ୍ୟସ୍ତ ।ଏପଟେ ଭରତୀୟ ପାଣିପାଗ ବିଭାଗର ଆକଳନ ଚଳିତ ଫେବୃଆରୀ ମାସରେ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ରହିବ ଦିନ ତାପମାତ୍ରା।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଗଂଜାମ, ଗଜପତି,କନ୍ଧମାଳ, ନୟାଗଡ଼,ଖୋର୍ଦ୍ଧା,ପୁରୀ,କଟକ, ଢେଙ୍କାନାଳ,ଅନୁଗୁଳ, ଜଗତସିଂହପୁର,ଯାଜପୁର,ଭଦ୍ରକ,ବାଲେଶ୍ଵର,କେନ୍ଦ୍ରାପଡ଼ା, କେଉଁଝର,ମୟୂରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।


ସେହିଭଳି ଆସନ୍ତାକାଲି ପାଇଁ ଘନ କୁହୁଡି ନେଇ ୭ ଜିଲ୍ଲାକୁ ମଧ୍ୟ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ଆଲର୍ଟ ଜାରି ହୋଇଛି । ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ସତର୍କତା ର ସହ ଗାଡି ଚାଳନା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

daytime-temperatures-are-staying-above-30-degrees-from-now-a-days | Argus News