Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ, ସହରରେ ଲାଗିଲା ବ୍ୟାନର୍

Odisha

କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ, ସହରରେ ଲାଗିଲା ବ୍ୟାନର୍

Jitendra Dash
Browse all articles by Jitendra Dash
·2 years ago
କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ,  ସହରରେ ଲାଗିଲା ବ୍ୟାନର୍

ଅର୍ଗସ ବ୍ୟୁରୋ : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ତାଙ୍କୁ ହତ୍ୟା ଧମକ ନେଇ ସହରରେ ଲାଗିଲା ଦୁଇଟି ବ୍ୟାନର । ଏଥିରେ ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ଉଲ୍ଲେଖ ରହିଛି । ଆଜି ସକାଳୁ ସକାଳୁ କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାହାରେ ଥିବା ଏକ ଦୋକାନରେ ବ୍ୟାନର ଲାଗିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବ୍ୟାନର ଧଳା ରଙ୍ଗର ଥିବା ବେଳେ ଏଥିରେ ଲାଲ ଅକ୍ଷରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା କରିବି ବୋଲି ଲେଖା ରହିଛି । ତେବେ ବ୍ୟାନରରେ ଜଣେ ଅଜଣା ଯୁବକଙ୍କ ଫଟୋ ମଧ୍ୟ ରହିଛି । ପୋଷ୍ଟର ଦେଖି ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୋଲିସ ବ୍ୟାନର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Death Threat Kantabanji Congress MLA Santosh Singh Saluja | Argus News