Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ପୁରୀ ଅଭିମୁଖେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର, ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ

Odisha

ପୁରୀ ଅଭିମୁଖେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର, ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ

Sushanta Sahoo
Browse all articles by Sushanta Sahoo
·1 year ago·1 min read
ପୁରୀ ଅଭିମୁଖେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର, ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ

ଭୁବନେଶ୍ଵର: ଆଜି ପୁରୀ ସ୍ଵର୍ଗଦ୍ଵାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ହେବ । ଗତକାଲି ୮୪ ବର୍ଷ ବୟସରେ ଦେହାନ୍ତ ହୋଇଥିଲା । ରାତି ତମାମ ଭୁବନେଶ୍ଵରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ଶେଷ ଦର୍ଶନ ପାଇଁ ଲାଗିଥିଲା ନେତାଙ୍କ ଗହଳି । ଏହା ପୂର୍ବରୁ ଭୁବନେଶ୍ଵର ବିମାନବନ୍ଦରରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା ।


ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାଚସ୍ପତି, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ନେତା ଦେବେନ୍ଦ୍ରଙ୍କ ଶେଷ ଦର୍ଶନ କରିଥିଲେ । ଏହାପରେ ବିଶାଳ ଶୋଭାଯାତ୍ରାରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ନିଆଯାଇଥିଲା ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଏବଂ ବିଧାୟକ ତାରା ବାହିନୀ ପତି ଶେଷ ଦର୍ଶନ କରିଥିଲେ ।


୮୪ ବର୍ଷ ବୟସରେ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ପିତା ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି । ଡକ୍ଟର ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଥିଲେ ଜଣେ ଚିକିତ୍ସକ, କୃଷିବିତ୍ ଓ ସମାଜସେବୀ । ଡାକ୍ତରୀ ପେଶା ଛାଡି ତୃଣମୂଳ ସ୍ତର ବିଜେପି ବ୍ଲକ ସଭାପତିରୁ ରାଜ୍ୟ ସଭାପତି ତଥା ବିଜେପିର ଓଡ଼ିଶାରୁ ପ୍ରଥମ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ବିଜେପିର ପ୍ରାରମ୍ଭିକ ସ୍ଥିତିରେ ତୃଣମୂଳ ସଙ୍ଗଠନକୁ ମଜଭୁତ କରି ବିଜେପିକୁ ପ୍ରମୁଖ ରାଜନୈତିକ ଦଳ ଭାବରେ ପ୍ରତିଷ୍ଠିତ କରାଇଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


Sponsored
Debendra Pradhan's Funeral To Be Done In Swarg Dwar | Argus News