Deep Depression Landfall / ମଧ୍ୟରାତ୍ରିରେ ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ…ପ୍ରଭାବରେ ଆନ୍ଧ୍ରପ୍ରଦେଶ-ଓଡ଼ିଶାରେ ପ୍ରବଳ ବର୍ଷା
·1 hour ago·1 min read

Key Points
ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ କଳିଙ୍ଗପଟ୍ଟନମ୍ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି
ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ କଳିଙ୍ଗପଟ୍ଟନମ୍ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି। ରାତି ପ୍ରାୟ ସାଢ଼େ ୧୧ଟାରେ କଳିଙ୍ଗପଟ୍ଟନମ୍ର ଦକ୍ଷିଣପଶ୍ଚିମ ଦିଗରେ ଗଭୀର ଅବପାତ ରୂପେ ସ୍ଥଳ ଭାଗ ଛୁଇଁବା ପରେ ପ୍ରାୟ ୩ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଥିଲା। ଘଣ୍ଟାପ୍ରତି ୭ କିମି ବେଗରେ ଆଗକୁ ବଢ଼ୁଥିବା ଗଭୀର ଅବପାତର ପବନର ବେଗ ସର୍ବାଧିକ ୫୫ରୁ ୬୫ କିମି ଥିଲା। ଓଡ଼ିଶା ଉପକୂଳରେ ସମୁଦ୍ର ଲହଡ଼ି ୫ ମିଟର ଆଗକୁ ମାଡ଼ି ଆସିଥିଲା।
ଏହା ଦକ୍ଷିଣପଶ୍ଚିମ ଦିଗରେ ଗତି କରୁଥିବାରୁ ଆସନ୍ତା ୨୪ ଘଣ୍ଟା ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପାଇଁ ଅଧିକ ଗୁରୁତ୍ବପୂର୍ଣ୍ଣ ରହିଛି। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସେପଟେ ମାଲକାନଗିରି ରେ ବର୍ଷା ଲାଗିରହିଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଜିଲ୍ଲାର ସମସ୍ତ ତଳୁଆ ପୋଲ ର ଉଭୟ ପାର୍ଶ୍ୱରେ ବାରିକେଟ ଲଗାଇ ରାସ୍ତା ବନ୍ଦ କରାଯାଇଥିବା ବେଳେ ଜାତୀୟ ରାଜପଥର ଟ୍ରାଫିକ କୁ ପଡୋଶୀ ଛତିଶଗଡ଼କୁ ଡାଇଭର୍ଟ କରାଯାଉଛି । ନିଜେ ଜିଲ୍ଲାପାଳ ମଧ୍ୟ ରାତ୍ରିରେ ତମାମ ଜିନିଷର ତଦାରଖ କରିବାର ଚିତ୍ର ଦେଖିବାକୁ ମିଳିଛି

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories