Deep Depression / ଆଜି ରାତିରେ ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ … ସ୍ଥଳଭାଗ ମୁହାଁ ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ
·47 mins ago·2 min read

Key Points
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ସ୍ଥଳଭାଗ ଆଡକୁ ଅଗ୍ରସର ହେଉଛି
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ସ୍ଥଳଭାଗ ଆଡକୁ ଅଗ୍ରସର ହେଉଛି । ଆଜି ରାତିରେ ଏହା ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବ । ଘଣ୍ଟା ପ୍ରତି ୧୨ କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ଗଭୀର ଅବପାତ । ପଶ୍ଚିମକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୧୨ କିମି ବେଗରେ ପଶ୍ଚିମ ଦିଗକୁ ଗତି କରିଛି।
ଏହା ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମଠାରୁ ପ୍ରାୟ ୧୦୦ କିମି ଦକ୍ଷିଣ-ପୂର୍ବ, ଓଡ଼ିଶାର ଗୋପାଳପୁରଠାରୁ ୧୫୦ କିମି ଦକ୍ଷିଣ, ପୁରୀଠାରୁ ୨୨୦ କିମି ଦକ୍ଷିଣ-ଦକ୍ଷିଣପଶ୍ଚିମ ଏବଂ ବିଶାଖାପାଟଣାଠାରୁ ୧୮୦ କିମି ପୂର୍ବ-ଉତ୍ତରପୂର୍ବ ଦିଗରେ ଅବସ୍ଥିତ ଥିଲା । ଆଗାମୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ଆଜି ରାତି ସୁଦ୍ଧା, ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ, କଳିଙ୍ଗପଟ୍ଟନମ ନିକଟରେ, ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ବହୁତ ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ସମୟରେ ମଧ୍ୟ ଏହା ଗଭୀର ଅବପାତ ଭାବେ ରହିବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଅଧିକ ବର୍ଷା ଆନ୍ଧ୍ର ଏବଂ ଓଡ଼ିଶାରେ ଜାରି ରହିଛି । ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିବ । ଆଗାମୀ ତିନି ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂପୁର, ପୁରୀ, ରାୟଗଡ଼ା, ମୟୂରଭଞ୍ଜ, ମାଲକାନଗିରି, ନବରଙ୍ଗପୁର, ଅନୁଗୁଳ, ଦେବଗଡ଼,କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼,ଢେଙ୍କାନାଳ, ବାଲେଶ୍ୱର । ଏହି ଜିଲ୍ଲାଗୁଡ଼ିକରେ ଆଜି ଅଧିକ ବର୍ଷା ହେବା ନେଇ ସତର୍କ କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
- ବର୍ଷା ପାଇଁ ସ୍କୁଲ ଛୁଟି:
ପ୍ରବଳ ବର୍ଷା ଆଶଙ୍କାରେ ରାଜ୍ୟର ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ଆଜି ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି ।''
- ବର୍ଷା ସ୍ଥିତି କେମିତି:
ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଅଧିକ ସକ୍ରିୟ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟାପ୍ରତି ୭ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ରାତି ସୁଦ୍ଧା ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ହେବାର ଆଶଙ୍କା ରହିଛି।''
Related Topics
Explore more stories