Videos
|
Odisha

ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

Jitendra Dash
Browse all articles by Jitendra Dash
·2 years ago·1 min read
ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଅର୍ଗସ ବ୍ୟୁରୋ : ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଆଗାମୀ ୨୪ ନିର୍ବାଚନ ପାଖେଇ ଆସୁଥିବା ବେଳେ କର୍ମୀଙ୍କ ମନରେ ଜୋଶ୍ ଭରିବେ ରାଜନାଥ । ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୧ଟାରେ ନବରଙ୍ଗପୁରର ସର୍କିଟ ହାଉସ ପଡ଼ିଆରେ ରହିଛି ରାଜନାଥଙ୍କର ପ୍ରଥମ କାର୍ଯ୍ୟକ୍ରମ । 

ନବରଙ୍ଗପୁର ପରେ ଦିନ ସାଢ଼େ ବାରଟାରେ ବ୍ରହ୍ମପୁର ଆମ୍ବପୁଆସ୍ଥିତ ବିବେକ ବିହାର ପଡ଼ିଆରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧନ କରିବେ ପ୍ରତିରକ୍ଷା ମନ୍ତ୍ରୀ । ତା ପରେ ଅପରାହ୍ନ ୪ଟାରେ ବାରିପଦା ଛଉପଡ଼ିଆ ଠାରେ ଅନୁଷ୍ଠିତ ଦଳୀୟ କର୍ମୀ ସମ୍ମିଳନୀ ଓ ଜନସଭାରେ ଯୋଗଦେବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଉତ୍ତର ଓଡିଶାର ୪ଟି ସଂସଦୀୟ କ୍ଷେତ୍ରର ଦଳୀୟ କର୍ମକର୍ତ୍ତାଙ୍କୁ ବିଜୟ ମନ୍ତ୍ର ବାଣ୍ଟିବେ ରାଜନାଥ। କିଛି ଦିନ ତଳେ ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଶେଷ ହୋଇଥିବା ବେଳେ ଏହି ବୈଠକରେ ଦଳ ନିଜର ଲକ୍ଷ୍ୟ ନିର୍ଦ୍ଧାରଣ କରିଛି । 2024ରେ ବିଜେପି ୩୭୦ ଓ NDA ୪୦୦ ପାରର ଲକ୍ଷ୍ୟ ନେଇ ଆଗକୁ ବଢ଼ୁଥିବା ବେଳେ ଦଳ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଥିବା ଦେଖିବାକୁ ମିଳିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Defense Minister Rajnath Singh is coming to Odisha today | Argus News