Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

Swayangprajna Mishra
Browse all articles by Swayangprajna Mishra
·2 years ago
ଆଜି ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଅର୍ଗସ ବ୍ୟୁରୋ : ବିଜେପି ଫୋକସରେ ଓଡ଼ିଶା । ମଇଦାନ ମୁହାଁ କେନ୍ଦ୍ରୀୟ ନେତା । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରାହ୍ନରେ ଭବାନୀପାଟଣାର ବାରାକ ହେଲିପ୍ୟାଡରେ ପହଞ୍ଚିବେ । ଲାଲବାହାଦୁର ଷ୍ଟାଡିଅମରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ । ଏହାପରେ ରାୟଗଡ଼ା ଜେଏସକୋ ପଡିଆରେ ଆୟୋଜିତ ଜନସଭାରେ ସାମିଲ୍ ହେବାର କାର୍ଯ୍ୟକ୍ରମ ରହିଛି । ରାଜନାଥ ସିଂଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଅଧିକ ପଢନ୍ତୁ : ମୋଦିଙ୍କ ପରେ ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ

ସେହିପରି ୯ରେ ଓଡିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ।  ସେ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ । ୯ରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ପୁରୀର କୃଷ୍ଣପ୍ରସାଦରେ ବିରାଟ ସମାବେଶ କରିବେ ।  
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Defense Minister Rajnath Singh is coming to Odisha today | Argus News