Videos
|
Odisha

ଏପ୍ରିଲ ୧୬ ରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ

Jyoti Prakash Mallick
Browse all articles by Jyoti Prakash Mallick
·1 year ago·1 min read
ଏପ୍ରିଲ ୧୬ ରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ

ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୩ ନାମଲେଖା ପାଇଁ ଆବେଦନ। ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ପାଇଁ ୧୬ ତାରିଖରୁ କମନ ଆପ୍ଲିକେସନ ଫର୍ମ ସିଏଏଫ ପୂରଣ ପ୍ରକ୍ରିୟା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ।


ଛାତ୍ରଛାତ୍ରୀମାନେ ସାମ୍ସ ସିଏଏଫ ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ। ସ୍ନାତକ ପାଠ ପଢା ଜୁଲାଇ ୧୦ତାରିଖ ସୁଦ୍ଧା ଆରମ୍ଭ କରିବାକୁ ଲକ୍ଷ୍ୟ କରାଯାଇଛି।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି।ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।


ସାମ୍‌ସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା ଶିକ୍ଷାବର୍ଷ ପାଇଁ ୧୦୫୩ କଲେଜ୍ ଓ ବିଶ୍ବବିଦ୍ୟାଳୟରେ ଯୁକ୍ତ ୩ ନାମଲେଖା ହେବ। ୨ ଲକ୍ଷ ୭୩ ହଜାର ୧୮୪ ଟି ସିଟ୍‌ ରହିଛି।