|
logo
Live

Argus News - ଓ ହବ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓମକାର ରାୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

Odisha

ଓ ହବ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓମକାର ରାୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

Smruti Parija
Browse all articles by Smruti Parija
·1 year ago·1 min read
ଓ ହବ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓମକାର ରାୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

ଅର୍ଗସ ବ୍ୟୁରୋ: ଓ ହବ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓମକାର ରାୟଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି । ଏ ନେଇ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖାଯାଇଛି । ଓ ହବ୍ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓମକାର ରାୟ ଜାଲିଆତି କରି ନିର୍ଦ୍ଧିଷ୍ଟ ଦରମାଠାରୁ ଅଧିକ ନେବା ଓ ନିଜ ସମ୍ପର୍କୀୟଙ୍କୁ ଚାକିରି ଦେଇ ସରକାରୀ ତହବିଲରୁ ବ୍ୟାପକ ଅର୍ଥ ହରିଲୁଟ୍ କରିଛନ୍ତି । 

ଏ ସମ୍ପର୍କରେ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ପକ୍ଷରୁ ଇନଫୋସିଟି ଥାନାରେ ବିଧିବଦ୍ଧ ଏତଲା ଦିଆଯାଇଥିଲା ଓ ତଦନ୍ତ କରିବାକୁ ଅନୁରୋଧ କରାଯାଇଥିଲା । ଏହାପରେ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ପକ୍ଷରୁ ଓ ହବ୍ ର ଦୁର୍ନୀତି ଓ ଆର୍ଥିକ କାରବାର ସମ୍ପର୍କରେ ତଦନ୍ତ ହୋଇଥିଲା । କିନ୍ତୁ ତାଙ୍କ ବିରୋଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ରାଜ୍ୟ ସରକାର ତୁରନ୍ତ ଏଥିରେ ହସ୍ତକ୍ଷେପ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଖିଳ ଭାରତ ଭ୍ରଷ୍ଟାଚାର ବିରୋଧୀ ସଂଗଠନର ରାଜ୍ୟ ଆବାହକ ସୁବ୍ରତ ନନ୍ଦ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଓ ହବ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓମକାର ରାୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି | Argus News