Videos
|
Odisha

ଆଜି ଘନ କୁହୁଡି ପାଇଁ ୧୦ ଜିଲ୍ଲାକୁ ସତର୍କତା ଜାରି

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ଘନ କୁହୁଡି ପାଇଁ ୧୦ ଜିଲ୍ଲାକୁ ସତର୍କତା ଜାରି

ଅର୍ଗସ ବ୍ୟୁରୋ: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି । ଆଜି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ସେହିଭଳି ଆସନ୍ତାକାଲି ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ। ବାକି ଓଡ଼ିଶାର କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Dense fog for the next two days | Argus News