Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଲା ସଦୃଶ୍ୟ ଲଘୁଚାପ

Smruti Parija
Browse all articles by Smruti Parija
·1 year ago·1 min read
ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଲା ସଦୃଶ୍ୟ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି,କନ୍ଧମାଳ,ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଆହୁରି ପଢନ୍ତୁ ପାଣିପାଗ ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Depression over Westcentral & adjoining Northwest Bay of Bengal | Argus News