Videos
|
Odisha

ସୁଭଦ୍ରାକୁ ନେଇ ବଡ଼ ଅପଡେଟ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Rashmita Mishra
Browse all articles by Rashmita Mishra
·1 year ago·1 min read
 ସୁଭଦ୍ରାକୁ ନେଇ ବଡ଼ ଅପଡେଟ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Key Points

ଅଗଷ୍ଟ ୯ ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ

୨୧ ବର୍ଷ ଯୁବତୀ କରିପାରିବେ ଆବେଦନ

୨ ଲକ୍ଷ ବାଦ୍ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ହେବ ଆଉଥରେ ସର୍ଭେ

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଆସିଲା ଖୁସି ଖବର । ଯୋଜନାର ତୃତୀୟ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଅଗଷ୍ଟ ୯ ତାରିଖରେ ଦିଆଯିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏହାସହ ଯୋଜନାର ଲାଭ ପାଇଁ ଆବେଦନ କରି ବାଦ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ଆବେଦନ ଉପରେ ପୁଣି ସର୍ଭେ କରାଯାଇ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରିବେ ସରକାର ।

ସୂଚନା ଥାଉ କି ରାଜ୍ୟର ବିଜେପି ସରକାର ମହିଳାମାନଙ୍କ ଆର୍ଥିକ ବିକାଶ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି । ଏହି ଯୋଜନା ଅଧିନରେ ଏବେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ପ୍ରତି ୬ ମାସରେ ୫ ହଜାର ଟଙ୍କା ପାଉଛନ୍ତି । ଯାହା ରାଜ୍ୟର ମହିଳା ମାନଙ୍କ ବିକାଶରେ ସହାୟକ ହେଉଥିବା ସରକାର କହୁଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
deputy-chief-minister-parvathi-parida-gave-a-big-update-on-subhadra | Argus News