Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାତ୍ୟା ଜନିତ ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ

Smruti Parija
Browse all articles by Smruti Parija
·1 year ago·1 min read
ବାତ୍ୟା ଜନିତ ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ

ଭୁବନେଶ୍ୱର: କୃଷି ଭବନରେ ଉପ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ 79 ହଜାର 671 ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି । 1 ଲକ୍ଷ 99 ହଜାର 177 ଏକର ଜମିରେ ଚାଷ କ୍ଷତିଗ୍ରସ୍ତ ହୋଇଛି । କେନ୍ଦ୍ରାପଡ଼ାରେ 23 ହଜାର ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି । ରାଜକନିକା, ଆଳି, ମହlକlଳପଡ଼ା ବ୍ଲକରେ ସର୍ବାଧିକ କ୍ଷତି ହୋଇଛି । ଭଦ୍ରକରେ 24 ହଜାର 115 ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି । ବାସୁଦେବପୁର, ଚାନ୍ଦବାଲି, ଭଣ୍ଡାରିପୋଖରୀ, ଧାମନଗରରେ କ୍ଷତି ହୋଇଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ।

 
ବାଲେଶ୍ବରରେ 3140 ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି । ସେହିପରି ମୟୂରଭଞ୍ଜରେ ମୋଟ 2381 ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ଯାଜପୁରରେ 2709, ଜଗତସିଂହପୁର 2498 ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି । ଜିଲ୍ଲାସ୍ତରରୁ ଆଖି ଦେଖା ରିପୋର୍ଟ ଆସିଛି । ବର୍ଷା କମିଲା ପରେ ଫିଲଡ଼କୁ ଯାଇ ଜିଓ ଟେଗିଙ୍ଗ କରି ସରକାରଙ୍କୁ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। 


SRC ଙ୍କ ନୁଆଁ ଗାଇଡଲାଇନ ଅନୁଯାଇ କ୍ଷତି ପୂରଣ ଦିଆଯିବ । DBT ମାଧ୍ୟମରେ ଲୋକଙ୍କୁ କ୍ଷତି ପୂରଣ ଦିଆଯିବ । ଭୂଲ୍ ରିପୋର୍ଟ ନଦେବା ପାଇଁ ସତର୍କ କରାଯାଉଛି । ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ସେପଟେ ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବେନି ମୁଖ୍ୟମନ୍ତ୍ରୀ । ଖରାପ ପାଗ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସ୍ଥଗିତ ହୋଇଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
deputy-cm-kv-singhdeo-rivewed-on-the-crop-damage-caused-by-the-storm | Argus News