Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Dev Deepawali / ଦେବ ଦୀପାବଳୀର ଆଜି ହେଉଛି ଦ୍ଵିତୀୟ ଦିବସ

Rashmita Mishra
Browse all articles by Rashmita Mishra
·7 months ago·2 min read
ଦେବ ଦୀପାବଳୀର ଆଜି ହେଉଛି  ଦ୍ଵିତୀୟ ଦିବସ

Key Points

ଶ୍ରୀମନ୍ଦିରରେ ପବିତ୍ର ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଆଜି ହେଉଛି ଏହାର ଦ୍ଵିତୀୟ ଦିବସ । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ ।

ଶ୍ରୀମନ୍ଦିରରେ ପବିତ୍ର ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଆଜି ହେଉଛି ଏହାର ଦ୍ଵିତୀୟ ଦିବସ । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁ ଦଶରଥ ଏବଂ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ସହ ଶ୍ରାଦ୍ଧ ଦେବେ । ତେଣୁ ଶ୍ରାଦ୍ଧ ବେଶରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରୁଥିବା ବେଳେ ଭକ୍ତଙ୍କୁ ଶ୍ରାଦ୍ଧ ବେଶରେ ଦର୍ଶନ ମଧ୍ୟ ଦେବେ।

ତେବେ ଏହି ଅବସରରେ ତିନି ଠାକୁର ଶ୍ଵେତ ବସ୍ତ୍ର ପରିଧାନ କରିଥାନ୍ତି। ଠାକୁରଙ୍କୁ ବିଭିନ୍ନ ସ୍ଵର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯାଇଥାଏ । ପୂଜାପଣ୍ଡା ସେବାୟତମାନେ ଏହି ପିଣ୍ଡଦାନ କରିଥାନ୍ତି । ବୁଧବାର ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟା ଧୂପ ନୀତି ବଢ଼ିବା ପରେ ଅଦିତି ଓ କାଶ୍ୟପଙ୍କ ଉଦ୍ଦେଶ୍ୟରେ ମହାପ୍ରଭୁ ଦୀପଦାନ ସହିତ ଶ୍ରାଦ୍ଧ ପ୍ରଦାନ କରିଥିଲେ।

ସେହିପରି ଶୁକ୍ରବାର ତୃତୀୟ ଦିନ ପ୍ରତିପଦା ତିଥିରେ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ ସହ ଶ୍ରାଦ୍ଧ ତର୍ପଣ କରିବେ ମହାପ୍ରଭୁ । ଅନ୍ୟପଟେ ଆଜି ଦେବଦୀପାବଳିର ଦ୍ଵିତୀୟ ଦିବସରେ ଓଡ଼ିଶା ଇଣ୍ଟରନ୍ୟାସନାଲ୍ ସେଣ୍ଟର ପକ୍ଷରୁ ସନ୍ଧ୍ୟାରେ ବଡ଼ଦାଣ୍ଡରେ ଏକଲକ୍ଷ ଦୀପ ଜଳିବ। ବିଶ୍ଵର କଲ୍ୟାଣ ସହ ଜଗତର ମଙ୍ଗଳ କାମନା ପାଇଁ ଏହି ଦୀପଦାନ କରାଯିବ।

ଶ୍ରୀଜୀଉଙ୍କ ଶ୍ରାଦ୍ଧ ଦୀପାବଳି କଣ ?
ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ , ଅମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି । ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷ ଦୀପାବଳି ଉତ୍ସବ ପାଳନ କରାଯାଏ । ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବଦୀପାବଳି କୁହାଯାଏ ।

ଶ୍ରାଦ୍ଧ ସମୟରେ ଶ୍ରୀଜଗନ୍ନାଥ ପିନ୍ଧୁଥିବା ବସ୍ତ୍ରକୁ କାଶୀଧଡ଼ିଆ ବସ୍ତ୍ର କୁହାଯାଏ । ଏହାର ରଙ୍ଗ ଶ୍ୱେତବର୍ଣ୍ଣ ଓ ଧଡ଼ିରେ ବଡ଼ ବଡ଼ କୁମ୍ଭମାନ ପଡ଼ିଥାଏ । ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଚିତ୍ତାକର୍ଷକ ଶ୍ରାଦ୍ଧବେଶରେ ସଜ୍ଜିତ କରିଥାନ୍ତି । ଏହି ଅବସରରେ ଠାକୁରମାନେ ନଳିଭୂଜ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ତଡ଼ଗି, ହରିଡ଼ାଶାଳି ପ୍ରଭୃତି ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dev Deepawali | Dev Deepawali 2nd Day Today: Rituals, Significance, Celebrations & Spiritual Importance | Argus News