Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିରରେ ତିନିଦିନବ୍ୟାପୀ ମହାପ୍ରଭୁଙ୍କ ଦେବଦୀପାବଳି ନୀତି

Ritu Das
Browse all articles by Ritu Das
·2 years ago·1 min read
ଶ୍ରୀମନ୍ଦିରରେ ତିନିଦିନବ୍ୟାପୀ ମହାପ୍ରଭୁଙ୍କ ଦେବଦୀପାବଳି ନୀତି

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜିଠାରୁ ତିନି ଦିନ ବ୍ୟାପି ଆରମ୍ଭ ହେବ ମହାପ୍ରଭୁଙ୍କ ଦେବଦୀପାବଳି ନୀତି । ଏହି ତିନି ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧବେଶରେ ବିଭୂଷିତ ହୋଇଥାନ୍ତି । ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ । 

ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ପାଳନ ହେବାର ପରମ୍ପରା ରହିଛି । ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେଇଥାନ୍ତି। ଦ୍ବିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ,ନନ୍ଦ,ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି । ସେପଟେ ଆଜି ଦୀପରେ ସଜେଇ ହେବ ସମ୍ପୂର୍ଣ୍ଣ ଶ୍ରୀମନ୍ଦିର ପରିସର । ଦେବ ଦୀପାବଳୀ ଅବସରରେ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ଓ ପୁରୀର ବିଭିନ୍ନ ସାମାଜିକ ସଂଗଠନ ପକ୍ଷରୁ ସିଂହଦ୍ବାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ବରେ ଏକ ଲକ୍ଷ ଦୀପ ଜାଳିବାର ଅୟୋଜନ କରାଯାଇଛି । ଦେବ ଦୀପାବଳୀ ଉତ୍ସବକୁ ଭବ୍ୟ କରିବା ପାଇଁ ଗତ କିଛି ବର୍ଷ ହେବ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଦୀପଦାନ କରାଯାଉଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Devadeepavali | Argus News