ଆସନ୍ତା ୨୯ରୁ ପୁରୀରୁ ଆରମ୍ଭ ହେବ "ବିକଶିତ କୃଷି ସଂକଳ୍ପ ଅଭିଯାନ"

Key Points
ଆସନ୍ତା ୨୯ ତାରିଖରୁ ପୁରୀରୁ ଆରମ୍ଭ ହେବ "ବିକଶିତ କୃଷି ସଂକଳ୍ପ ଅଭିଯାନ"
ଆସନ୍ତା ୨୯ ତାରିଖରୁ ପୁରୀରୁ ଆରମ୍ଭ ହେବ "ବିକଶିତ କୃଷି ସଂକଳ୍ପ ଅଭିଯାନ" । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଐତିହ୍ୟ ସହର ପୁରୀରୁ ଏହି ଅଭିଯାନର ଶୁଭାରମ୍ଭ ହେବ । ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ । କେନ୍ଦ୍ର ସରକାରଙ୍କ ଯୁଗାନ୍ତକାରୀ କୃଷି ପଦକ୍ଷେପ ଗୁଡିକୁ ତୃଣମୂଳସ୍ତରରେ ପହଞ୍ଚାଇ କୃଷିରେ ନବସୃଜନ ସୃଷ୍ଟି କରିବା ଲକ୍ଷ୍ୟରେ ଏହା ଆରମ୍ଭ ହେବାକୁ ଯାଉଛି । ୧୨ ଜୁନ ପର୍ଯ୍ୟନ୍ତ ଏହି ଅଭିଯାନ ସାରା ଦେଶରେ ଚାଲିବ ।
କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।