Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବାରିପଦା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

Odisha

ବାରିପଦା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

Priyadarshini Dixit
Browse all articles by Priyadarshini Dixit
·2 years ago·2 min read
ବାରିପଦା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ହେବାକୁ ଥିବା ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗଶିପ୍ ଯୋଜନାର ଶତପ୍ରତିଶତ ଲାଭ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଲାଗି ପ୍ରଧାନମନ୍ତ୍ରୀ ଲଗାତାର ପ୍ରୟାସ କରି ଆସୁଛନ୍ତି। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସରକାରୀ ଯୋଜନାର ସୁଫଳ ଯେପରି ସବୁ ହିତାଧିକାରୀଙ୍କୁ ମିଳିପାରିବ ସେଥିପ୍ରତି ମୋଦୀ ଗୁରୁତ୍ୱାରୋପ କରିଛନ୍ତି। 


ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ତୃତୀୟ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ମୋଦୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ସ୍ୱଚ୍ଛତା ସୁବିଧା, ଜରୁରି ଆର୍ଥିକ ସେବା, ବିଦ୍ୟୁତ ସଂଯୋଗ, ଏଲପିଜି ସିଲିଣ୍ଡର ଯୋଗାଣ, ଗରିବଙ୍କୁ ପକ୍କା ଆବାସ, ଖାଦ୍ୟ ସୁରକ୍ଷା, ଉପଯୁକ୍ତ ପୁଷ୍ଟିସାଧନ, ଭରସାଯୋଗ୍ୟ ସ୍ୱାସ୍ଥ୍ୟସେବା, ସ୍ୱଚ୍ଛ ପାନୀୟ ଜଳ ଆଦି ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ହିତାଧିକାରୀଙ୍କୁ ଏସବୁ ଯୋଜନାର ଅଧିକରୁ ଅଧିକ ଲାଭ ଯୋଗାଇ ଦେବା ନିମନ୍ତେ ଜନସମ୍ପର୍କ ସ୍ଥାପନ ଲାଗି ଯାତ୍ରାରେ ଗୁରୁତ୍ୱ ଦିଆଯାଇଛି। ଭାରତରେ ଆଦିବାସୀ ବହୁଳ ୭୫ ଜିଲ୍ଲାରେ ଏହି ସଂକଳ୍ପ ଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।


ଏଠାରେ ଲଗାଯାଇଥିବା ଏଲଇଡି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧାସଳଖ ପ୍ରସାରଣ ପ୍ରଦର୍ଶିତ କରାଯାଇଥିଲା । ବିକଶିତ ଭାରତ ସଂକଳ୍ପ ଦୁଇଟି ରଥକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଫ୍ଲାଗ୍ ଅପ୍ କରାଯାଇଥିଲା । ଆଗାମୀ ଜାନୁଆରୀ ୨୬ତାରିଖ ପର୍ଯ୍ୟନ୍ତ ଏହି ରଥ ଜିଲ୍ଲା ତମାମ ବିଭିନ୍ନ ଗାଁରେ ପହଞ୍ଚି ହୀତାଧିକାରୀଙ୍କୁ କେନ୍ଦ୍ରସରକାରଙ୍କ ବିଭିନ୍ନ ଜନହୀତକାରୀ ଯୋଜନା ବିଷୟରେ ସଚେତନ କରାଇବ । କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ ଏହି କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଅଧିକ ପଢନ୍ତୁ ଓଡିଶା ଖବର...

Sponsored
Developed India Concept Yatra held at Baripada | Argus News