Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୟାଶ୍ରାଦ୍ଧ ଲାଗି ପୁରୀରେ ଭିଡ଼, ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଏକାଠି ହେଲେ ଭକ୍ତ

Sarbeswar Mohapatra
Browse all articles by Sarbeswar Mohapatra
·1 year ago·1 min read
ପୟାଶ୍ରାଦ୍ଧ ଲାଗି ପୁରୀରେ ଭିଡ଼, ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଏକାଠି ହେଲେ ଭକ୍ତ

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗାଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିଲେ ଦର୍ଶନାର୍ଥୀ । ପ୍ରଶାସନିକ ବ୍ୟବସ୍ଥା ମଧ୍ୟରେ ବଡବଡିଆ ଡାକରେ ପ୍ରକମ୍ପିତ ହୋଇଛି ବଡଦାଣ୍ଡ । ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ପିତୃପକ୍ଷରେ ମର୍ତ୍ତ୍ୟଲୋକ ଆସିଥିବା ପିତୃପୁରୁଷଙ୍କୁ ଆଜି ଦୀପାବଳିରେ ଆଲୋକର ମାର୍ଗ ଦେଖାଇ ମେଲାଣି ଦେବାର ଦୀପଦାନ ବା ପୟାଶ୍ରାଦ୍ଧର ବିଧି ରହିଛି ।

ବିଧି ମୁତାବକ ଫଳ,ଫୁଲ,ଚନ୍ଦନରେ ଆମ ଓ ହେମ ଦ୍ରବ୍ୟରେ ପିତୃପୁରୁଷଙ୍କ ଉଦେଶ୍ୟରେ ଶ୍ରଦ୍ଧାଳୁ ମାନେ ଏକୋଦିଷ୍ଟ  ଶ୍ରାଦ୍ଧ ଦାନ କରିଛନ୍ତି । ଉଦ୍ଦିଷ୍ଟ ସ୍ଥାନରେ ପୋଲିସ ଓ ଫାୟାର ବ୍ରିଗେଡ଼ର କଡା ସୁରକ୍ଷା ଏବଂ ବ୍ୟାରିକେଡ ମଧ୍ୟରେ କାଉଁରିଆ ଜାଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି ଶ୍ରଦ୍ଧାଳୁ । ସେପଟେ ପଞ୍ଜିକାରେ ତ୍ରୁଟି ଯୋଗୁଁ ଗତକାଲି ଭକ୍ତମାନେ ପୟାଶ୍ରାଦ୍ଧ ଦେଇଥିବା ବେଳେ ଆଜି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ଥିରିକୃତ ପଞ୍ଜିକା ଅନୁଯାୟୀ ଦୀପାବଳି ଓ ପୟାଶ୍ରାଦ୍ଧ ପାଳିବେ ଶ୍ରଦ୍ଧାଳୁ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Paya Shraddha | Argus News