83 ବର୍ଷ ବୟସରେ ହୃଦ୍ଘାତରେ ଧନେଶ୍ଵର ମାଝୀଙ୍କ ବିୟୋଗ
·1 year ago·1 min read

ଅଗର୍ସ ବ୍ୟୁରୋ: ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସକାଳେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଶ୍ରୀ ମାଝୀଙ୍କୁ କେସିଙ୍ଗା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏପିରିକି ଧନେଶ୍ୱର ୧୯୭୮ରୁ ୧୯୮୪ ମସିହା ଯାଏଁ ରାଜ୍ୟସଭାର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ନର୍ଲା ଏବଂ କେସିଙ୍ଗା ବିଧାନସଭା ଆସନରୁ ୧୯୭୧, ୧୯୭୪, ୨୦୦୦, ୨୦୦୪, ୨୦୧୪ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ହୋଇଥିଲେ ଶ୍ରୀ ମାଝୀ। କିଛି ମାସ ତଳେ ଧନେଶ୍ୱର ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ଶ୍ରୀ ମାଝୀଙ୍କ ବିୟୋଗରେ ନେତା, କର୍ମୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ଏଥିସହ ତାଙ୍କର ଶେଷ ଦର୍ଶନ କରିଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: