Videos
|
Odisha

Dharmendra Pradhan / ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛାର ବର୍ଷା…ଯୋଗୀଙ୍କଠାରୁ ମୋହନ ମାଝି ପର୍ଯ୍ୟନ୍ତ ସମସ୍ତଙ୍କ ଶୁଭକାମନା

Ritu Das
Browse all articles by Ritu Das
·2 months ago·3 min read
ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛାର ବର୍ଷା…ଯୋଗୀଙ୍କଠାରୁ ମୋହନ ମାଝି ପର୍ଯ୍ୟନ୍ତ ସମସ୍ତଙ୍କ ଶୁଭକାମନା
India

Key Points

ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ଜନ୍ମଦିନ
୫୭ ବର୍ଷରେ ପାଦ ଥାପିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ । ୫୭ ବର୍ଷରେ ପାଦ ଥାପିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା , ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


ସୋସିଆଲ ମିଡିଆ ପୋଷ୍ଟ Xରେ ଯୋଗୀ ଲେଖିଛନ୍ତି ଯେ, ଲୋକପ୍ରିୟ ରାଜନେତା, ବିଜେପି ପରିବାରର ବରିଷ୍ଠ ସଦସ୍ୟ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଆପଣ ଉତ୍କୃଷ୍ଟ ସ୍ୱାସ୍ଥ୍ୟ, ଦୀର୍ଘ ଏବଂ ଗୌରବମୟ ଜୀବନ ପାଆନ୍ତୁ।


ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିଶ ଲେଖିଛନ୍ତି, “ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା! ଆପଣଙ୍କ ଦୀର୍ଘ ଜୀବନ ଏବଂ ସୁସ୍ଥତା କାମନା କରୁଛି। ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।


ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପଧାନଙ୍କୁ ଜନ୍ମଦିନର ଢେର ସାରା ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି ଯେ, ଭାରତର ଶିକ୍ଷା ଇକୋସିଷ୍ଟମକୁ ପୁନରୁଦ୍ଧାର କରିବା ଏବଂ ଏହାକୁ ଏକ ଜ୍ଞାନ ଶକ୍ତି କେନ୍ଦ୍ର ଭାବରେ ପ୍ରତିଷ୍ଠା କରିବା ପାଇଁ ପରିବର୍ତ୍ତନକାରୀ ପ୍ରୟାସକୁ ପରିଚାଳନା କରୁଛନ୍ତି। ମା’ କାମାକ୍ଷା ଏବଂ ଶ୍ରୀମନ୍ତ ଶଙ୍କରଦେବଙ୍କ ନିକଟରେ ମୁଁ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— Bhajanlal Sharma (@BhajanlalBjp) June 26, 2026 ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଲେଖିଛନ୍ତି ଯେ, “ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା` ମୁଁ ପ୍ରଭୁ ଶ୍ରୀ ରାମଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଏବଂ ଗୌରବମୟ ଜୀବନ ପାଇଁ ପ୍ରାର୍ଥନା କରୁଛି।


ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି Xରେ ଲେଖିଛନ୍ତି ଯେ, “କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ ସମ୍ବଲପୁରର ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ଜନ୍ମଦିନରେ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା।
ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ମା ସମଲେଶ୍ୱରୀ ଆପଣଙ୍କୁ ସୁଖ, ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପ୍ରଦାନ କରନ୍ତୁ, ଏବଂ ଲୋକଙ୍କ ପ୍ରତି ନିଃସ୍ୱାର୍ଥପର ସେବା ପାଇଁ ଆପଣଙ୍କୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।