Videos
|
Odisha

Dharmendra Pradhan / କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ, ସାଂସଦ ଧର୍ମନ୍ଦ୍ର ପ୍ରଧାନଙ୍କ ଚିଠି

Sushanta Sahoo
Browse all articles by Sushanta Sahoo
·1 hour ago·3 min read
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ, ସାଂସଦ ଧର୍ମନ୍ଦ୍ର ପ୍ରଧାନଙ୍କ ଚିଠି
Sambalpur Highway Projects

Key Points

ସମ୍ବଲପୁର-କଟକ ଏନଏଚ୫୫ର ୬-ଲେନ୍ ସମ୍ପ୍ରସାରଣ ଦାବି
୪ଟି ଅଣ୍ଡରପାସ ସହ ସମ୍ବଲପୁରରେ ଫ୍ଲାଏଓଭର ନିର୍ମାଣ ପାଇଁ ଅନୁରୋଧ
ଏହି ସବୁ ପଦକ୍ଷେପ ଦ୍ୱାରା ଓଡ଼ିଶାର ଶିଳ୍ପ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ
ନୂଆଦିଲ୍ଲୀ/ସମ୍ବଲପୁର: ସମ୍ବଲପୁର ସଂସଦୀୟ କ୍ଷେତ୍ର ଏବଂ ଆଖପାଖ ଅଞ୍ଚଳର ଜାତୀୟ ରାଜପଥ ଭିତ୍ତିଭୂମିର ବିକାଶ, ଯାତାୟାତକୁ ସୁଗମ କରିବା ତଥା ସଡ଼କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ପତ୍ର ଲେଖିଛନ୍ତି ।

ସମ୍ବଲପୁର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବୃଦ୍ଧି ପାଉଥିବା ଶିଳ୍ପ, ଖଣିଜ ଏବଂ ଆର୍ଥିକ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର-କଟକ ଏନଏଚ-୫୫ର ୬-ଲେନ୍ ସମ୍ପ୍ରସାରଣ ଓ ୪ଟି ଅଣ୍ଡରପାସ୍ ସହ ସମ୍ବଲପୁରରେ ଫ୍ଲାଏଓଭର ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି ।

ଏଥିସହ ପଢ଼ନ୍ତୁ: ମିଳିଥିଲା ୫୦ ଦିନର ଛୁଟି, ଦୀପାବଳିରେ ଆସିଥିଲେ ହୋଇଥାନ୍ତା ବାହାଘର 

ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଛନ୍ତି, "ସମ୍ବଲପୁର-ଅନୁଗୋଳ-କଟକ କରିଡର ପଶ୍ଚିମ ଓଡ଼ିଶାକୁ ରାଜ୍ୟର ପ୍ରମୁଖ ଶିଳ୍ପ, ବାଣିଜ୍ୟିକ ଏବଂ ସହରାଞ୍ଚଳ ସହ ଯୋଡ଼ୁଥିବା ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରାଜପଥ । ଏଠାରେ ଯାତ୍ରୀବାହୀ, ମାଲବାହୀ ଓ ଶିଳ୍ପ ସମ୍ବନ୍ଧୀୟ ଯାନବାହନ ଚଳାଚଳ ବୃଦ୍ଧି ପାଉଥିବାରୁ ବର୍ତ୍ତମାନର ୪-ଲେନ୍ ବିଶିଷ୍ଟ ରାଜପଥକୁ ୬-ଲେନ୍‌କୁ ସମ୍ପ୍ରସାରିତ କରିବା ସହ ଉଭୟ ପାର୍ଶ୍ୱରେ ଦୁଇ-ଲେନ୍‌ ବିଶିଷ୍ଟ ସର୍ଭିସ୍ ରୋଡ୍ ନିର୍ମାଣ କରାଯାଉ । ଏହାଦ୍ୱାରା ସ୍ଥାନୀୟ ଲୋକଙ୍କ ଯାତାୟାତ ସହଜ ହେବ ଏବଂ ଦୁର୍ଘଟଣା ହ୍ରାସ ପାଇବ ।"


ଦ୍ୱିତୀୟତଃ ଏନଏଚ-୫୫ର ଅନୁଗୋଳ-ସମ୍ବଲପୁର ସେକ୍ସନ୍‌ରେ ଖଣିଜ ଓ ବାଣିଜ୍ୟିକ ଯାନବାହନ ଚଳାଚଳ ହେତୁ ସ୍ଥାନୀୟ ଲୋକ ଓ ପଦଚାରୀଙ୍କ ପାଇଁ ଦୁର୍ଘଟଣାର ଆଶଙ୍କା ବୃଦ୍ଧି ପାଉଛି । ସଡ଼କ ସୁରକ୍ଷାକୁ ଆଖିଆଗରେ ରଖି ପିଆଇୟୁ ସମ୍ବଲପୁର ଦ୍ୱାରା ପ୍ରସ୍ତାବିତ ଜିନ୍ଦଲ ରୋଡ୍, ଜରପଡ଼ା, ଜେରାଙ୍ଗ ଏବଂ ଚାରମାଳ ଠାରେ ୪ଟି ଅଣ୍ଡରପାସ୍ ନିର୍ମାଣ ପାଇଁ ତୁରନ୍ତ ପ୍ରଶାସନିକ ଓ ଆର୍ଥିକ ମଞ୍ଜୁରୀ ପ୍ରଦାନ କରିବାକୁ ସମ୍ବଲପୁର ସାଂସଦ ନିବେଦନ କରିଛନ୍ତି ।

ଏହାବ୍ୟତୀତ ଏନଏଚ- ୫୩ ସ୍ଥିତ ସମ୍ବଲପୁର ସିଟି ରେଳ ଷ୍ଟେସନ୍ ଛକରେ ପ୍ରତିଦିନ ଅନେକ ସଂଖ୍ୟକ ରେଳ ଯାତ୍ରୀ ଜାତୀୟ ରାଜପଥ ପାର ହେଉଛନ୍ତି, ଯାହାକି ଗମନାଗମନରେ ସମସ୍ୟା ସୃଷ୍ଟି କରିବା ସହ ଏହାକୁ ଏକ ସମ୍ଭାବ୍ୟ 'ବ୍ଲାକ୍ ସ୍ପଟ୍' ଭାବେ ଚିହ୍ନଟ କରାଯାଇଛି । ଏହି ସ୍ଥାନରେ ଲୋକଙ୍କ ନିରାପଦ ଯାତାୟାତ ପାଇଁ ଏକ ଫ୍ଲାଏଓଭର ନିର୍ମାଣ ପ୍ରସ୍ତାବକୁ ଶୀଘ୍ର ମଞ୍ଜୁରୀ ଦେଇ କାର୍ଯ୍ୟ ଆରମ୍ଭ କରିବାକୁ ଧର୍ମେନ୍ଦ୍ର ପ୍ରଧାନ ନିବେଦନ କରିଛନ୍ତି ।

ଏଥିସହ ପଢ଼ନ୍ତୁ: ଗିରଫ ହେଲେ ବେତନଟି ଆର ଆଣ୍ଡ ବି ସବଡିଭିଜନର ଏଜକୁଟିଭ ଇଂଜିନିୟର 

ସଡ଼କ ପରିବହନ ମନ୍ତ୍ରଣାଳୟ ଏବଂ ଏନଏଚଏଆଇର ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇ ଏହି ପ୍ରସ୍ତାବଗୁଡ଼ିକୁ ପ୍ରାଥମିକତା ଆଧାରରେ କାର୍ଯ୍ୟକାରୀ କରାଗଲେ ଓଡ଼ିଶାର ଶିଳ୍ପ ଓ ଆର୍ଥିକ ବିକାଶ ଆହୁରି ଦ୍ରୁତଗାମୀ ହୋଇପାରିବ ବୋଲି ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଆଶା ପ୍ରକାଶ କରିଛନ୍ତି ।
Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: