Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Dharmendra Pradhan Nitin Gadkari meeting / ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, ନୂତନ ଜାତୀୟ ରାଜପଥ ନିର୍ମାଣ କରିବା ପାଇଁ କଲେ ଅନୁରୋଧ

Santosh Kumar Sahoo
Browse all articles by Santosh Kumar Sahoo
·6 months ago·1 min read
ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, ନୂତନ ଜାତୀୟ ରାଜପଥ ନିର୍ମାଣ କରିବା ପାଇଁ କଲେ ଅନୁରୋଧ
Dharmendra Pradhan

Key Points

ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ
ନୂତନ ଜାତୀୟ ରାଜପଥ ପାଇଁ ଅନୁରୋଧ
ଶିଳ୍ପାୟନକୁ ଗତି ଦେବ ନୂତନ ଜାତୀୟ ରାଜପଥ
କେନ୍ଦ୍ର ସଡ଼କ, ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନୂତନ ଜାତୀୟ ରାଜପଥ ନିର୍ମାଣ କରିବା ପାଇଁ ଅନୁରୋଧ କଲେ ଧର୍ମେନ୍ଦ୍ର । ସମ୍ବଲପୁର ଠାରୁ ଝାରସୁଗୁଡ଼ା ପର୍ଯ୍ୟନ୍ତ ଜାତୀୟ ରାଜପଥ ନିର୍ମାଣ ପାଇଁ ସାକ୍ଷାତ କରି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲା ଓଡ଼ିଶାର ଅର୍ଥନୀତିର ପେଣ୍ଠସ୍ଥଳ ।


ତେଣୁ ଏହି ନୂତନ ଜାତୀୟ ରାଜପଥ ନିର୍ମାଣ ହେବା ଫଳରେ ଏହି ଅଞ୍ଚଳରେ ଶିଳ୍ପାୟନର ଗତି ତ୍ୱରାନ୍ୱିତ ହେବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ସମ୍ବଲପୁର ଓ ଝାରସୁଗୁଡ଼ାକୁ ସଂଯୋଗ କରିବା ସହ ଓଡ଼ିଶାର ଶିଳ୍ପ ଓ ଆଞ୍ଚଳିକ ବିକାଶ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହେବ । ଏହା କେବଳ ପରିବହନ ନୁହେଁ ବରଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ବୈପ୍ଳବିକ ପରିବର୍ତ୍ତନ ଆଣିବ । ସୋସିଆଲ ମିଡିଆରେ ପୋଷ୍ଟ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 'ପୂର୍ବୋଦୟ' ପରିକଳ୍ପନାରେ ଓଡ଼ିଶାର ଭିତ୍ତିଭୂମି ବିକାଶକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଏହି ରାଜପଥ ନିର୍ମାଣ ହେଲେ ଏହା ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ଜୀବନଶୈଳୀରେ ବ୍ୟାପକ ସୁଧାର ଆଣିବ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Dharmendra Pradhan Meets Nitin Gadkari, Seeks New National Highway in Odisha | Argus News