Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନୀଳମଣି ସାମଲଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago
ନୀଳମଣି ସାମଲଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  ଶତାୟୁ ସ୍ବାଧିନତା ସଂଗ୍ରାମୀ ଯାଜପୁର ବାଲିଚନ୍ଦ୍ରପୁର ଅଞ୍ଚଳର ନୀଳମଣି ସାମଲଙ୍କ ପରଲୋକ । ୧୦୨ ବର୍ଷରେ  ନୀଳମଣି  ସାମଲଙ୍କ  ଦେହାନ୍ତ ଘଟିଛି।  ନ୍ୟୁରସର୍ଜରୀ ଆଇ ସି ୟୁ ରେ ଭର୍ତି ହୋଇ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ଟ୍ୱିଟ କରି ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟ ସ୍ୱାଧୀନତା ସଂଗ୍ରାମ ସମିତିର ସଭାପତି, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ତଥା ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ।

ଦେଶକୁ ସ୍ୱାଧୀନତା ଦେବା ଦିଗରେ ତାଙ୍କର ସମର୍ପଣ ଭାବନା ଓ ବଳିଷ୍ଠ ଯୋଗଦାନ ଚିର ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗରେ ଦେଶ ଜଣେ ସୁପୁତ୍ରଙ୍କୁ ହରାଇଲା । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଓଁ ଶାନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dharmendra Pradhan mourned the death of Nilamani Samal | Argus News