ମାଗୁଣି କୁଅଁରଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଅର୍ଗସ ବ୍ୟୁରୋ: ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ ଘଟିଛି । ୮୯ ବର୍ଷ ବୟସରେ ତାଙ୍କ ନିଜସ୍ଵ ଘରେ ମୃତ୍ୟୁ ହୋଇଥିବା ବେଳେ ସେ କିଛି ଦିନ ହେବ ଗୁରୁତର ଥିଲେ । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ତାଙ୍କୁ ଘର ଲୋକେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ମାଗୁଣି କୁଅଁରଙ୍କ ପରଲୋକ ଖବର ଶୁଣି ଶୋକ ବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
କେନ୍ଦୁଝରର କଣ୍ଢେଇ ନୃତ୍ୟଶିଳ୍ପୀ ତଥା ପଦ୍ମଶ୍ରୀ ମାଗୁଣୀ ଚରଣ କୁଅଁରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଶାର ପ୍ରାଚୀନ କଳା ତଥା କାଠ କଣ୍ଢେଇ ନୃତ୍ୟକଳାକୁ ବଞ୍ଚାଇ ରଖିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅବର୍ଣ୍ଣନୀୟ । ଆମର ଲୋକକଳାକୁ ଉଜ୍ଜିବୀତ କରିବାରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି...
ଅଧିକ ପଢ଼ନ୍ତୁ ଓଡିଶା ଖବର: