Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହାପ୍ରଭୁଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ମହାପ୍ରଭୁଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  ଘୋଷଣା ହେଲା ବିଜେପିର ପ୍ରାର୍ଥୀ ତାଲିକା । ରାଜ୍ୟର ୨୧ ଲୋକସଭା ଆସନରୁ ୧୮ ଲୋକସଭା ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ । ତେବେ ପଶ୍ଚିମ ଓଡ଼ିଶା ତଥା ହାଇପ୍ରୋଫାଇଲ ଆସନ ସମ୍ବଲପୁରରୁ ଏଥର ପ୍ରାର୍ଥୀ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଧର୍ମେନ୍ଦ୍ର ପ୍ରାର୍ଥୀ ହେବା ପରେ ସ୍ଥାନୀୟ ଅଂଚଳର ଭୋଟର ବେଶ ଖୁସି ହୋଇଛନ୍ତି । ଏମିତିକି ବାଣ ଫୁଟାଇ ସେଲିବ୍ରେସନ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ତେବେ ନଜର ପକାନ୍ତୁ କେଉଁ ଆସନରୁ କିଏ ହେଲେ ବିଜେପି ପ୍ରାର୍ଥୀ ? ସମ୍ବଲପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ହେବାପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି।

ଓଡ଼ିଶାରେ ଏଥର ଡବଲ୍ ଇଞ୍ଜିନ ସରକାର। ରାଜ୍ୟରେ ଆବଶ୍ୟକ ନବକଳେବର। ଓଡ଼ିଶାରେ ଗରିବଙ୍କ କଲ୍ୟାଣ, ମାତୃଶକ୍ତିଙ୍କ ଉତ୍ଥାନ, ଯୁବକଙ୍କ ସଶକ୍ତିକରଣ, ବଞ୍ଚିତ ବର୍ଗର ବିକାଶ ପାଇଁ ଓଡ଼ିଶାରେ ପରିବର୍ତ୍ତନର ରହିଛି ଆବଶ୍ୟକତା। ଓଡ଼ିଶା ସହ ଦେଶରେ ଡବଲ୍ ଇଞ୍ଜିନ ସରକାର ଦରକାର। ପିଏମ ମୋଦିଙ୍କ ଦଶ ବର୍ଷର ଉପଲବ୍ଧିକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଆମେ ପ୍ରୟାସ କରିବୁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତକାଲି ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା ପରେ ଆଜି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ସପରିବାର ପୁରୀରେ ପହଞ୍ଚିବା ସହ ଜଗା ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ। ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ସେବାୟତ ଓ ବିଜେପି ନେତା ଓ କର୍ମୀଙ୍କ ପକ୍ଷରୁ ସ୍ବାଗତ କରାଯାଇଥିଲା। ପରେ ପତ୍ନୀ ଓ ପୁରୀ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ସମେତ ଅନ୍ୟ ବିଜେପି ନେତା ଓ କର୍ମୀଙ୍କ ସହ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
Dharmendra Pradhan saw the Lord jagannath | Argus News